ଚିତ୍ରୋତ୍ପଳା ନଦୀରେ ବୁଡ଼ି ବି-ଟେକ୍‌ ଛାତ୍ର ନିଖୋଜ

ପାଟକୁରା,୨୧ା୭(ରବୀନ୍ଦ୍ର ନାଥ ବାରିକ): ଶନିବାର କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଧୀନ ପାଟକୁରା ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି ା ଗ୍ରାମର ଧୀରେନ କୁମାର ବାରିକ ଓ କ୍ଷଣପ୍ରଭା ପରିଡ଼ାଙ୍କ ଏକମାତ୍ର ପୁଅ କୌଶିକ ବାରିକ(୧୮)ଚିତ୍ରୋତ୍ପଳା ନଦୀରେ ବୁଡି ନିଖୋଜ ଅଛନ୍ତି ା ଏହି ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ଅଗ୍ନିଶମ ବାହିନୀ ଓ ଓଡ୍ରାଫ୍‌ ଟିମ୍‌ ନଦୀରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ା ସୂଚନା ଅନୁଯାୟୀ, କୌଶିକ ଭୁବନେଶ୍ୱର ରୟାଲ କଲେଜରେ +୨ବିଜ୍ଞାନ ପଢିବା ପରେ ସିଲକନ ଇଞ୍ଜିନିୟରିଂ କଲେଜରେ ବି-ଟେକ୍‌ କରୁଥିଲେ ା କଲେଜ ଛୁଟି ଥିବାରୁ ସେ ଗାଁକୁ ଆସିଥିଲେ ା ଶନିବାର ସକାଳ ପ୍ରାୟ ସାଢ଼େ ୯ଟା ସମୟରେ କୌଶିକ ଗ୍ରାମର ଅନ୍ୟ ୩ ଜଣ ସାଙ୍ଗଙ୍କ ସହିତ ଚିତ୍ରୋତ୍ପଳା ନଦୀର ମହାପୁରୁଷ ତୁଠକୁ ଗାଧୋଇବାକୁ ଯାଇଥିଲେ ା ଗାଧୋଇବାବେଳେ କୌଣସି କାରଣରୁ କୌଶିକ ନଦୀରେ ବୁଡ଼ିଯାଇ ପ୍ରଖର ସ୍ରୋତରେ ଭାସି ଯାଇଥିଲେ ା ଏହା ଦେଖି ଅନ୍ୟ ସାଙ୍ଗମାନେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ା ହେଲେ ସେଥିରେ ବିଫଳ ହେବାରୁ ସେମାନେ ଚିତ୍କାର କରିଥିଲେ ା ସେଠାରେ ଥିବା ଗାଁର ଲୋକମାନେ କୌଶିକଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ା ହେଲେ ସେଥିରେ ବିଫଳ ହେବା ପରେ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା ା ଅପରାହ୍ନରେ ପ୍ରଶାସନ ପକ୍ଷରୁ ଓଡ୍ରାଫ୍‌ ଟିମ୍‌କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି ା ଏହି ଘଟଣା ପରେ ଜଗନ୍ନାଥପୁର ଗ୍ରାମ ତଥା ପାଟକୁରାରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri