Posted inଖେଳ

ପାକିସ୍ତାନ କ୍ରିକେଟ୍‌ରେ ହଲଚଲ: ପୁଣି ଅଧିନାୟକ ପଦରୁ ଇସ୍ତଫା ଦେଲେ ବାବର ଆଜମ

ନୂଆଦିଲ୍ଲୀ,୨।୧୦: ପାକିସ୍ତାନ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ବାବର ଆଜମ ଦ୍ୱିତୀୟଥର ପାଇଁ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ବାବର ପାକିସ୍ତାନର ଦିନିକିଆ ଏବଂ ଟି-୨୦ର ଅଧିନାୟକ ଥିଲେ। ଏହା ପୂର୍ବରୁ ମଧ୍ୟ ସେ ଥରେ ଇସ୍ତଫା ଦେଇଥିଲେ, କିନ୍ତୁ ତାଙ୍କୁ ପୁଣି ଅଧିନାୟକ କରାଯାଇଥିଲା। ଏଥର ବାବର ‘କାର୍ଯ୍ୟଭାର’ ଦର୍ଶାଇ ପାକିସ୍ତାନର ଅଧିନାୟକତ୍ୱ ଛାଡିଛନ୍ତି। ଏବେ ସେ ତାଙ୍କ ବ୍ୟାଟିଂରେ ଅଧିକ ଧ୍ୟାନ ଦେବେ ବୋଲି କହିଛନ୍ତି।

ବୁଧବାର ଅର୍ଥାତ୍‌ ଆଜି ବାବର ପ୍ରଶଂସକଙ୍କ ସହ ଅଧିନାୟକ ପଦରୁ ଇସ୍ତଫା ଦେଇଥିବା ଖବର ଶେୟାର କରିଛନ୍ତି। ବାବର ସୋସିଆଲ ମିଡିଆରେ ଲେଖିଛନ୍ତି, ପ୍ରିୟ ପ୍ରଶଂସକଗଣ, ମୁଁ ଆଜି ଆପଣଙ୍କ ସହ କିଛି ଖବର ବାଣ୍ଟୁଛି। ମୁଁ ପାକିସ୍ତାନ ପୁରୁଷ କ୍ରିକେଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି। ଏହି ଦଳର ଅଧିନାୟକ ହେବା ଏକ ଗୌରବର ବିଷୟ, କିନ୍ତୁ ବର୍ତ୍ତମାନ ସମୟ ଆସିଛି ଯେ ଏହି ପଦରୁ ଇସ୍ତଫା ଦେବା ଏବଂ ମୋର ଖେଳକୁ ଧ୍ୟାନ ଦେବା ପାଇଁ ସମୟ ଆସିଛି। ମୋର ପ୍ରଦର୍ଶନକୁ ପ୍ରାଥମିକତା ଦେବା ଏବେ ମୋର କାମ। ମୋର ବ୍ୟାଟିଂକୁ ଉପଭୋଗ କରିବାକୁ ଏବଂ ମୋ ପରିବାର ସହିତ ସମୟ ବିତାଇବାକୁ ଚାହୁଁଛି, ଯାହା ମୋତେ ଖୁସି ଦିଏ।

ବର୍ଷେ ମଧ୍ୟରେ ଅଧିନାୟକତ୍ୱରୁ ଏହା ବାବର ଆଜମଙ୍କର ଦ୍ୱିତୀୟ ଇସ୍ତଫା। ଏହାପୂର୍ବରୁ ସେ ଦିନିକିଆ ବିଶ୍ୱକପ ୨୦୨୩ ପରେ ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ଦିନିକିଆ ବିଶ୍ୱକପ ପରେ ବାବର ନଭେମ୍ବର ୧୫, ୨୦୨୩ରେ ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ। ସେହି ସମୟରେ ବାବର ପାକିସ୍ତାନ ପାଇଁ ତିନୋଟି ଫର୍ମାଟର ଅଧିନାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପରେ ମା’ କୋଳକୁ ଫେରିଲା ଶିଶୁପୁତ୍ର

ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା’ କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ...

ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ...

KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୪:ସ KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଉତ୍କଳ ହସ୍ପିଟାଲ ନିକଟରେ ମହିଳାଙ୍କୁ ବସ୍‌...

ଖାର୍ଗେଙ୍କ ସହ ବୈଠକରେ ବସିଲେ ରାହୁଲ-ତେଜସ୍ବୀ

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ, ମହାମେଣ୍ଟର ଦୁଇ ପ୍ରମୁଖ ଦଳ ଆରଜେଡି ଏବଂ କଂଗ୍ରେସର ନେତାମାନଙ୍କର ଏକ...

୧୭ରେ ଓଡ଼ିଶା ଆସିବେ ଗଡ଼କରି: କରିବେ ବଡ଼ ଘୋଷଣା..

ଭୁବନେଶ୍ୱର,୧୫।୪: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ୧୭ ତାରିଖରେ ଓଡ଼ିଶା ଆସିବେ। ସେ କଟକରେ ମହତାବଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ। ପରେ ବିଭିନ୍ନ NHAI...

ମେରୁ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣା: ୭ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ମୁଣ୍ଡାନାଜୁ ଗ୍ରାମର ଜାତୀୟ ରାଜପଥ ଉପରେ ଏକ ଯାତ୍ରୀବାହH ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ...

ବଢିଲା ହୋମଗାର୍ଡ ପଦବୀ: ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ରାଜ୍ୟରେ ଏବେ ଗୃହରକ୍ଷୀ(ହୋମଗାର୍ଡ) ନିଯୁକ୍ତି ଚାଲିଥିବା ବେଳେ ସୃଷ୍ଟି ହୋଇଛି ଅତିରିକ୍ତ ୨,୫୦୦ ପଦବୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ...

ପ୍ରଥମ ୩ଡି-ପ୍ରିଣ୍ଟେଡ୍‌ ରେଳଷ୍ଟେଶନ

ଟୋକିଓ: ବିଶ୍ୱରେ ପ୍ରଥମ ଥର ପାଇଁ ୩ଡି-ପ୍ରିଣ୍ଟେଡ୍‌ ଉପାଦାନର ବ୍ୟବହାର କରାଯାଇ ୬ ଘଣ୍ଟାରୁ କମ୍‌ ସମୟ ମଧ୍ୟରେ ଏକ ରେଳଷ୍ଟେଶନର ନିର୍ମାଣ କରାଯାଇଛି। ନ୍ୟୁୟର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image