ମା’ ହାତୀ ମୃତ୍ୟୁର ତିନିଦିନ ପରେ ଛୁଆ ଉଦ୍ଧାର

ଭବାନୀପାଟଣା/ନର୍ଲା,୧୬ା୯ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)- କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡିମାଲ ନିକଟ ଜଙ୍ଗଲ ପାର୍ଶ୍ୱରୁ ଗତ ଶୁକ୍ରବାର ଏକ ମାଈ ହାତୀର ମୃତଦେହ ସ୍ଥାନୀୟ ବନ ବିଭାଗ ଉଦ୍ଧାର କରିଥିଲା। ଏହାର ତିନିଦିନ ପରେ ସୋମବାର ବନ ବିଭାଗ ଏକ ଛୁଆ ହାତୀକୁ ନିକଟସ୍ଥ ଗାଡିଆଯୋର କ୍ଷୁଦ୍ର ଜଳସେଚନ ପ୍ରକଳ୍ପଠାରୁ ଉଦ୍ଧାର କରିଛି। ଉଦ୍ଧାର ହାତୀ ମୃତ ମାଈହାତୀର ଛୁଆ ବୋଲି ସନ୍ଦେହ କରାଯାଉଛି। ଉକ୍ତ ଅଞ୍ଚଳରେ ଛୁଆହାତୀ ବୁଲୁଥିବା ଦେଖିବାକୁ ମିଳିଥିଲା। ବନ ବିଭାଗ ଟିମ୍‌ ରାତି ଅନିଦ୍ରା ରହି ଏହାର ଗତିବିଧି ଉପରେ ନଜର ରଖିଥିଲା। ଶେଷରେ ଟ୍ରାଙ୍କୁଲାଇଜ କରି ଟିମ୍‌ ସଦସ୍ୟ ଛୁଆ ହାତୀକୁ ଧରିବାରେ ସକ୍ଷମ ହୋଇଥିଲେ। ଏହାର ବୟସ ୧ ବର୍ଷ ହେବ। ଉଦ୍ଧାର ପରେ ତାକୁ ଛିପୁଲ ଜଙ୍ଗଲରେ ଥିବା ନର୍ସରୀରେ କଡା ସୁରକ୍ଷା ଭିତରେ ରଖାଯାଇଛି। ବର୍ତ୍ତମାନ ତା’ର ଚିକିତ୍ସା ଚାଲିଛି, ସମ୍ପୂର୍ଣ୍ଣ ସୁସ୍ଥ ହେଲା ପରେ ନନ୍ଦନକାନନ ନିଆଯିବ ବୋଲି ଉତ୍ତର ବନଖଣ୍ଡ ଅଧିକାରୀ ଅନୁରାଗ ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ, କେଉଁ କାରଣରୁ ମାଈ ହାତୀର ମୃତ୍ୟୁ ହୋଇଛି ତା’ର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ...

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ...

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା...

Featured Video Play Icon

ଭରତପୁର ଘଟଣା, ଜାମିନ ପରେ ମୁହଁ ଖୋଲିଲେ…

ଭରତପୁର ଆର୍ମି ପୋଲିସ ଘଟଣା । ଗିରଫ ଯୁବତୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ଜାମିନ ମିଳିବା ପରେ ମୁହଁ ଖୋଲିଲେ ଯୁବତୀଙ୍କ ବାପା...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ...

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri