Posted inଜାତୀୟ

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ ଶିନ୍ଦେଙ୍କୁ ପୋଲିସ ହେପାଜତକୁ ନିଆଯାଇଥିଲା। ସେ ପୋଲିସର ରିଭଲଭର ଛଡ଼ାଇ ନେଇ ଗୁଳି ଚଳାଇଥିଲେ। ତାଙ୍କୁ ଅଟକାଇବାକୁ ଚେଷ୍ଟା କରୁଥିବାବେଳେ ଜଣେ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଥିଲେ।

ଅକ୍ଷୟ ସିନ୍ଦେଙ୍କୁ ଅନ୍ୟ ଏକ ମାମଲାରେ ଗିରଫ କରାଯିବା ପରେ ତାଲୋଜା ଜେଲରୁ ନିଆଯାଉଥିଲା, ସେତେବେଳେ ସେ କାରରେ ପୋଲିସର ବନ୍ଧୁକ ଛଡ଼ାଇ ନେଇ ପୋଲିସ ଉପରକୁ ଗୁଳି ଚଳାଇଥିଲେ। ଏହା ବ୍ୟତୀତ ଅଭିଯୁକ୍ତ ଶିନ୍ଦେ ଆଉ ଦୁଇଟି ଗୁଳି ଚଳାଇଥିଲେ। ଏହି ଗୁଳି କାହାକୁ ଆଘାତ କରି ନ ଥିଲା। ଏହା ପରେ ଅନ୍ୟ ଜଣେ ପୋଲିସ ଆତ୍ମରକ୍ଷା ପାଇଁ ବନ୍ଧୁକ ବାହାର କରି ଅକ୍ଷୟ ଶିନ୍ଦେଙ୍କ ଉପରକୁ ଗୁଳି ଚଳାଇଥିଲେ।

ଅଗଷ୍ଟ ୧୨ ଏବଂ ୧୩ରେ ମୁମ୍ବାଇର ବଦଲାପୁରର ଏକ ବିଦ୍ୟାଳୟରେ ସୁଇପର ଭାବରେ କାର୍ଯ୍ୟ କରୁଥିବା ଅକ୍ଷୟ ଦୁଇ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେଇଥିବାର ଅଭିଯୋଗ ହୋଇଥିଲା। ପୀଡିତା ଏ ବିଷୟରେ ତାଙ୍କ ମାତାପିତାଙ୍କୁ କହିଥିଲେ। ଏହି ପ୍ରସଙ୍ଗରେ ରାଜ୍ୟରେ ଏକ ବିରାଟ ଉତ୍ତେଜନା ଦେଖାଦେଇଥିଲା। ବିକ୍ଷୋଭକାରୀମାନେ ପ୍ରାୟ ୧୦ ଘଣ୍ଟା ଧରି ରେଳ ଟ୍ରାକ ଅବରୋଧ କରିଥିଲେ।

ଅଗଷ୍ଟ ୧୭ରେ ଅକ୍ଷୟଙ୍କୁ ଯୌନ ଉତ୍ପୀଡ଼ନ ଅଭିଯୋଗରେ ଗିରଫ କରାଯାଇଥିଲା। ଏସ୍‌ଆଇଟି ଏହି ଘଟଣାର ଅନୁସନ୍ଧାନ କରୁଛି। ବଦଲାପୁର ପୋଲିସ ପ୍ରଥମେ ଏହି ଘଟଣାର ତଦନ୍ତ କରୁଥିଲା, କିନ୍ତୁ ପୋଲିସର ତଦନ୍ତରେ ଗୁରୁତର ଅସନ୍ତୋଷ ପ୍ରକାଶ ପାଇବା ପରେ ମହାରାଷ୍ଟ୍ର ସରକାର ଏକ ଏସଆଇଟି ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟିବାୟୋଟିକ୍‌ରେ ଭଲ ହେଉନି ଟାଇଫଏଡ୍‌, ନିମୋନିଆ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩ା୯: ମୁତ୍ରନଳୀରେ ସଂକ୍ରମଣ (ୟୁଟିଆଇ), ରକ୍ତ ସଂକ୍ରମଣ, ନିମୋନିଆ, ଟାଇଫଏଡ୍‌ ଭଳି କେତେକ ରୋଗ ସାଧାରଣ ଆଣ୍ଟିବାୟୋଟିକ୍‌ରେ ଆଉ ଭଲ ହେଉନାହିଁ। ଏହି ରୋଗ ସୃଷ୍ଟି...

ଏହି ୧୬ ଔଷଧକୁ ବିଷାକ୍ତ ଘୋଷଣା କଲା ଡିସିଜିଆଇ

ନୂଆଦିଲ୍ଲୀ,୨୩ା୯:ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ) ୧୬ଟି ସାଧାରଣ ବ୍ୟବହୃତ ଔଷଧକୁ ବିଷାକ୍ତ ଘୋଷଣା କରିଛନ୍ତି। ଏହି ଔଷଧଗୁଡ଼ିକ ନିୟାମକର ମାନ ଏବଂ ନରାପତ୍ତା ପରୀକ୍ଷାରେ ବିଫଳ...

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି...

ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ

ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ...

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ...

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ...

ପାତାଳରେ ରହିଲେ ବି ବଞ୍ଚି ପାରିବ ନାହିଁ ଚାଇନା-ପାକିସ୍ତାନ! ଡିଲ ପକ୍କା କରିବେ ଡୋଭାଲ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏଭଳି ଚୁକ୍ତି ହେବାକୁ ଯାଉଛି, ଯାହାକୁ ଶୁଣିଲେ ପାତାଳରେ ଥିବା ଶତ୍ରୁମାନଙ୍କର ଦାନ୍ତବି ଖଟା ହୋଇଯିବ। ଭାରତର କୂଟନୈତିକ,...

ଲେବାନନରେ ଫୁଟିଲା ପେଜର ବୋମା, ଭାରତରେ ବଢିଲା ସୁନାର ଦାମ!

ନୂଆଦିଲ୍ଲୀ,୨୩।୯: ପୁଣିଥରେ ସୁନା ଦର ବୃଦ୍ଧି ଭାରତରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଭାରତରେ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ୧୦ ଗ୍ରାମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri