ନବୀନଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ବଦ୍ରି ପାତ୍ର: ବିଜେଡି ହାରିବାର କାରଣ…

ଭୁବନେଶ୍ୱର,୨୪।୯:ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ନିର୍ବାଚନ ହାରିବା ପରେ ବିଜେଡିରେ ବିଦ୍ରୋହ ମୁଣ୍ଡ ଟେକୁଛି । ବିଜେଡି ନେତା ଖୋଲାଖୋଲି ଦଳର ଭିତିରି କଥା ପଦାକୁ ଆଣିଛନ୍ତି। ଏଥର ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଦଳର ପରାଜୟ ଉପରେ ଖୋଲାଖୋଲି ନିଜ ମନ୍ତବ୍ୟ ରଖିଛନ୍ତି।

ସେ କହିଛନ୍ତି, ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ନ ବୁଲିବା କାରଣରୁ ବିଜେଡିର ପରାଜୟବରଣ କରିଛି। ବିଜେଡିର ସବୁ ସ୍ଥାନରେ ଭୋଟ ଅଛି, କିନ୍ତୁ ନବୀନ ବୁଲିଲେନି। ନବୀନ ସମୟ ଦେଇ ନ ପାରିବାରୁ କିଛି ସ୍ଥାନରେ ସଂଗଠନ କ୍ଷତିଗ୍ରସ୍ତ ହେଲା। ସେ ଆଉଥରେ ବୁଲିଲେ ସଂଗଠନ ଫେରିଆସିବ ବୋଲି ଆଶା ରହିଛି।

ଏହାପୂର୍ବରୁ ବିଜେଡି ନେତା ପ୍ରଦୀପ ମାଝୀ ବିଜେଡି ପରାଜୟ ପାଇଁ ୩ କାରଣକୁ ଦାୟୀ କରିଛନ୍ତି। ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା, ଦଳ ମଧ୍ୟରେ ଥିବା ଅନ୍ତଃକନ୍ଦଳ। ଖରାପ ନିର୍ବାଚନ ପରିଚାଳନାକୁ ସେ ପରାଜୟର ମୁଖ୍ୟ କାରଣ ବୋଲି ସ୍ବୀକାର କରିଛନ୍ତି।

ସୂଚନାଯୋଗ୍ୟ,ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି। ନବରଙ୍ଗପୁର ଓ କଳାହାଣ୍ଡି ଜିଲା ସାଙ୍ଗଠନିକ ବିଜେଡି କାର୍ଯ୍ୟକର୍ତ୍ତା ସମ୍ମିଳନୀ ଶଙ୍ଖଭବନରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ସାଂଗଠନିକ ଜିଲାର କର୍ମକର୍ତ୍ତା ଓ ନେତାଙ୍କୁ ଡାକି ସମୀକ୍ଷା କରୁଥିବା ନବୀନଙ୍କୁ ଦଳ ପରାଜୟର କାରଣ ନେତାମାନେ ଅବଗତ କରୁଥିବା ଦେଖିବାକୁ ମିଳିଛି। ଆଦିବାସୀ ନେତା ପ୍ରଦୀପ ମାଝୀ ସମୀକ୍ଷା ବୈଠକରେ ଦଳ ପରାଜୟର ଯେଉଁ ସବୁ କାରଣ ନବୀନଙ୍କୁ ଅବଗତ କରାଇଛନ୍ତି ତାହାକୁ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି

ବଣାଇ,୨୪।୯: ସୁନ୍ଦରଗଡ ଜିଲା ବଣାଇ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଲିସଙ୍କୁ ହୋଇଛି ତୀରମାଡ। ତୀରମାଡରେ ଗୁରୁତର ହୋଇ ଥାନାବାବୁ ଡାକ୍ତରଖାନାରେ ଭର୍ତ୍ତି...

ସରକାର ଦେଲେ ଚେତାବନୀ, ଆନ୍ଦୋଳନ କଲେ…

ଭୁବନେଶ୍ୱର,୨୪।୯: ଓଡ଼ିଶା ନର୍ସିଙ୍ଗ କର୍ମଚାରୀ ସଂଘଙ୍କ ଦ୍ୱାରା ଆସନ୍ତକାଲି ଆନ୍ଦୋଳନ ପାଇଁ ଡକରା ହୋଇଥିଲା। ଯାହାର ଗୋଟିଏ ଦିନ ପୂର୍ବରୁ ସବୁ CDMO ଓ ସରକାରୀ...

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର...

ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ୱାର୍ଲଡ ସ୍କିଲ କମ୍ପିଟେସନରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ...

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା...

ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ

ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ...

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଏହି ୧୫ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୪।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ

କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri