କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ: ୭୫୦ ଶର୍ଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୭୫୦ ଶଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଲୋକାର୍ପଣ କରିଛନ୍ତି। ୪୧୦ କୋଟି ଟଙ୍କା ବ୍ୟୟରେ ଏହି ହସ୍ପିଟାଲ ନିର୍ମିତ କରାଯାଇଛି। ଭୁବନେଶ୍ୱରରେ ପ୍ରତିଷ୍ଠିତ ଏହି କର୍କଟ ହସ୍ପିଟାଲରେ ରହିଥିବା ବେଳେ ଏହା ବାଙ୍ଗାଲୋରର ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଏକ ଶାଖା। ଏଠାରେ ସହଜ ଓ ସୁଲଭ ମୂଲ୍ୟରେ ଅତ୍ୟାଧୁନିକ ପଦ୍ଧତିରେ ଚିକିତ୍ସା କରାଯିବ। ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,ଆମେ ସମସ୍ତେ ସ୍ବାସ୍ଥ୍ୟ ପ୍ରତି ସଚେତନତା ହେବା ଜରୁରୀ। ଆମେ ସୁସ୍ଥ ରହିଲେ ଓଡ଼ିଶା ସୁସ୍ଥ ରହିବ। ଏଥିସହ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ ହୋଇଛି।

 

Share