ଭୁବନେଶ୍ୱର,୫।୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ମୋଟ ୧୨୦୭ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ୧୦୦୯ ଜଣଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ବର୍ତ୍ତମାନ ମୋଟ ୧୯୮ ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏହା ଭିତରୁ ଜଣଙ୍କ ଅବସ୍ଥା ସ୍ଥିର ରହିଛି। ତାଙ୍କୁ କ୍ରିଟିକାଲ କେୟାର ୟୁନିଟ୍ରେ ରଖାଯାଇଛି। ପ୍ରଶାସନ ପକ୍ଷରୁ ଏନେଇ ସୋମବାର ସୂଚନା ଦିଆଯାଇଛି।