ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ ଜେଲ ସହ ୧୦ ଲକ୍ଷ ଟଙ୍କା ଜରିମାନା ହୋଇଥିଲା।
ସୂଚନାଯୋଗ୍ୟ ଯେ, ୧୯୯୯ ମସିହାରେ ଝାଡଖଣ୍ଡର ଗିରିଡିହ ସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା ମାମଲାରେ ଦିଲ୍ଲୀପଙ୍କ ସମେତ ୪ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଏମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।

Share