ବୈଲୋଚନ ଏଆଇବିଓସିର ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୭: ଅଲ୍‌ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନ୍‌ଫେଡେରେଶନ (ଏଆଇବିଓସି) ରାଜ୍ୟ କାର୍ଯ୍ୟକାରୀ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶନିବାର ଭୁବନେଶ୍ୱରର ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ପ୍ରଧାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଆଗାମୀ ୩ବର୍ଷ ପାଇଁ ଏଆଇବିଓସିର ରାଜ୍ୟ ସଭାପତି, ସମ୍ପାଦକ ଏବଂ ଅନ୍ୟାନ୍ୟ ସଦସ୍ୟଙ୍କୁ ନିର୍ବାଚିତ କରାଯାଇଛି। ବିଶେଷକରି ପିଏନ୍‌ବିର ବୈଲୋଚନ ସାହୁ ଏଆଇବିଓସିର ରାଜ୍ୟ ସଭାପତି ରୂପେ ନିର୍ବାଚିତ ହୋଇଥିବାରୁ ତାଙ୍କୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ଏଆଇପିଏନ୍‌ବିଓଏ ପାଇଁ ଏହା ଏକ ବଡ ସଫଳତା ଓ ଗର୍ବର ମୁହୂର୍ତ୍ତ ବୋଲି ପିଏନ୍‌ବି ଅଫିସର୍ସ ଆସୋସିଏସନ ପକ୍ଷରୁ ପ୍ରକାଶ କରାଯାଇଛି।

ସେହିପରି ଏସ୍‌ବିଆଇର ଅମିତାଭ ଦାସ ରାଜ୍ୟ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। ଏହି ଅବସରରେ ବ୍ୟାଙ୍କ ଅଫ୍‌ ଇଣ୍ଡିଆର କମଲଜିତ ମହାପାତ୍ର, କାନାରା ବ୍ୟାଙ୍କର ପି.କେ. ମହାନ୍ତି, ୟୁନିୟନ ବ୍ୟାଙ୍କର ଗୌରୀ ଏସ୍‌ ଚୈଧୁରୀ, ଇଣ୍ଡିଆନ୍‌ ବ୍ୟାଙ୍କର ସମ୍ବିତ ପଟ୍ଟନାୟକ, ଆଇଓବିର ସଞ୍ଚିତ ପଟ୍ଟନାୟକ, ୟୁକୋ ବ୍ୟାଙ୍କର ସୁକାନ୍ତ ଛାଟୋଇ, ଫେଡେରାଲ ବ୍ୟାଙ୍କର ସୌମେନ୍ଦ୍ର ଦଳାଇ, ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ବିରଜା କରଙ୍କ ସମେତ କାର୍ଯ୍ୟକାରୀ କମିଟିର ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ରାଜ୍ୟ ସାଧାରଣ ସମ୍ପାଦକ ଅରୁଣ କୁମାର ଏହି ବୈଠକ ପରିଚାଳନା ସହ ନିର୍ବାଚନକୁ ମଧ୍ୟ ସୁଚାରୁ ରୂପେ ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା...

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି।...

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri