ବଜାରରେ ବଜାଜ୍‌ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌

ଭୁବନେଶ୍ୱର,୧୧।୭ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଅନାବରଣ (ଉନ୍ମୋଚନ) ନିକଟରେ ହୋଇଯାଇଛି। ଏପରିକି କମ୍ପାନୀର ଏହି ନୂତନ ମଡେଲର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ପକ୍ଷରୁ ବୁଧବାର କଟକର ଗ୍ରାଣ୍ଡ ବଜାରଠାରେ ଏକ ମେଗା ବିତରଣ ଓ ଅନାବରଣ ଉତ୍ସବ ଆୟୋଜିତ ହୋଇଯାଇଛି।

ଉଲ୍ଲେଖଯୋଗ୍ୟ, ବଜାର ଅଟୋ ଲିମିଟେଡ୍‌ର ସ୍ବୀକୃତିପ୍ରାପ୍ତ ଡିଲର୍ସ ଆନୂକୁଲ୍ୟରେ ବୁଧବାର ଏହି ବିତରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ବଜାଜ ଅଟୋ ଲିମିଟେଡ୍‌ ଆର୍‌ଏମ୍‌ ସେଲ୍‌ସ ଓଡ଼ିଶା କଲ୍ୟାଣ ରେଡ୍ଡୀ, ଆର୍‌ଏମ୍‌ ସର୍ଭିସ୍‌ ଓଡ଼ିଶା ଇଲିଣ୍ଡା ସମ୍ପଦ କୁମାରଙ୍କ ସମେତ ସୁଶାନ୍ତ ମହାରଣା (ଭାରତ ବଜାଜ୍‌ ଭୁବନେଶ୍ୱର), ମନ୍‌ସୁର ବକ୍ସ (ଏମ୍‌ଏସ୍‌ବି ବଜାଜ୍‌ ଭୁବନେଶ୍ୱର),ସୌରଭ ଅଗ୍ରଓ୍ବାଲ (ସୁରଜ ବଜାଜ୍‌, କଟକ) ଏବଂ ଜଣାଶୁଣା ବାଇକର ସଜଲ ସେଟ୍‌ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଅପରପକ୍ଷରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଯଥା ଭାରତ ବଜାଜ୍‌ ଭୁବନେଶ୍ୱର, ଏମ୍‌ଏସ୍‌ବି ବଜାଜ ଭୁବନେଶ୍ୱର ଏବଂ ସୁରଜ ବଜାଜ କଟକର ୫୧ ଜଣ ଅଗ୍ରିମ ବୁକିଂ ଗ୍ରାହକଙ୍କୁ ଅତିଥିମାନେ ‘ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ବିତରଣ ସହିତ ଚାବି ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ, ବଜାଜ୍‌ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ରେ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ସୁଯୋଗ ସହ ବର୍ତ୍ତମାନ ସମୟର ସମସ୍ତ ଫିଚର ସାମିଲ ରହିଛି। ଏପରିକି ଏହି ମଡେଲ ୪ଟି ଆକର୍ଷଣୀୟ କଲରରେ ଉପଲବ୍ଧ ହେଉଥିଲାବେଳେ ଏହାର ବଜାର ମୂଲ୍ୟ (ଭୁବନେଶ୍ୱର ଏକ୍ସ ଶୋ’ରୁମ୍‌) ୧,୮୫,୭୯୧ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri