ବାଲାଜୀ ମନ୍ଦିର ହୁଣ୍ଡି ଚୋରିର ପର୍ଦ୍ଦାଫାଶ: ୩ କୋର୍ଟଚାଲାଣ

କୋରାପୁଟ,୧୪ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। କୋରାପୁଟ ବାଲାଜୀ ମନ୍ଦିରର ହୁଣ୍ଡି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଥିବା ବେଳେ ଏଥିରେ ସଂପୃକ୍ତ ୩ ଜଣ ଯୁବକକୁ କୋରାପୁଟ ଟାଉନ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଶନିବାର ଟାଉନଥାନା ପରିସରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପୋଲିସ ଏସ୍‌ଡିପିଓ ଶ୍ରାବଣୀ ନାୟକ ସୂଚନା ଦେଇଛନ୍ତି। ଗିରଫ ୩ ଅଭିଯୁକ୍ତ ହେଲେ ଘଟଣାର ମୁଖ୍ୟ ଅଭିଯୁକ୍ତ କୋରାପୁଟ ଢେପସାହିର ବି ଶଙ୍କର(୧୯), ପରଜା ସାହିର ରୋହଣ ଖିଲ(୧୯) ଏବଂ ସହରର ନିଶାଣିମୁଣ୍ଡା ଅଞ୍ଚଳରୁ କ୍ରୀଷ୍ଣା ନାଗ(୨୩)। ସେମାନଙ୍କଠାରୁ ନଗଦ ୬ ହଜାର ୨୫୦ ଟଙ୍କା ଜବତ କରାଯାଇଥିବା ବେଳେ ଦୁଇଟି ଲୁହା ରଡ୍‌, ଗୋଟିଏ ଲୁହା ପ୍ଲେଟ୍‌ କଟର, ଗୋଟିଏ ହାତୁଡ଼ି ଜବତ କରାଯାଇଥିବା ଜଣାଯାଇଛି ା ଉପରୋକ୍ତ ୩ ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ବହୁ କେସ୍‌ ରହିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଅମାନିଆଙ୍କୁ ସାବାଡ୍‌ କରିବ ପୋଲିସ, ପିନ୍ଧିବ ବଡି କ୍ୟାମେରା

ଭୁବନେଶ୍ୱର,୨୭ା୧୦: ଆକ୍ସନ ମୋଡ୍‌ରେ କମିଶନରେଟ୍‌ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ...

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର...

ଜେଜେଙ୍କ ଦ୍ୱାଦଶ କ୍ରିୟାରେ ନାଳରେ ବୁଡ଼ି ନାତି ନିଖୋଜ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ଭଦ୍ରକ,୨୭ା୧୦(ସନାତନ ରାଉତ): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଣ୍ଡାପାଟଣା ଗ୍ରାମର ରୁଦ୍ର ପଣ୍ଡା(୨୦) କଲଭର୍ଟ ନିକଟରେ ଥିବା ଏକ ନାଳରେ ଗାଧୋଉଥିଲାବେଳେ ଗୋଡ଼ ଖସିଯାଇଥିଲା।...

ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…

ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri