ସୋନପୁରରୁ ବଲାଙ୍ଗୀର-ଭୁବନେଶ୍ୱର ଚାଲିବ ଟ୍ରେନ୍‌, ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ

ସୋନପୁର,୨୧।୨(ମୃତ୍ୟୁଞ୍ଜୟ ଶତପଥୀ): ରେଳ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ପୁଣି ଏକ ଖୁସି ଖବର ଆସିଛି। ଖୁବ୍‌ଶୀଘ୍ର ସୋନପୁରରୁ ବଲାଙ୍ଗୀର ପାସେଞ୍ଜର ଟ୍ରେନ୍‌ ଓ ସୋନପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଚାଲିବ। ରେଳ ମନ୍ତ୍ରଣାଳୟର ଏ ସମ୍ପର୍କିତ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଅନୁମୋଦନ କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟହ ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ୍‌ ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ।

ସେହିପରି ବଲାଙ୍ଗୀର-ବିଛୁପାଲି ମଧ୍ୟରେ ଚାଲୁଥିବା ୨ଟି ପାସେଞ୍ଜର ଟ୍ରେନ୍‌ ସୋନପୁର ଷ୍ଟେଶନ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂହଦେଓ ଓ ସୁବର୍ଣ୍ଣପୁର ଜିଲା ନାଗରିକ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ ପରେ ବଲାଙ୍ଗୀର ଏମ୍‌ପି ସିଂହଦେଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ପ୍ରକାଶ ଯେ, ଗତ ୯ ତାରିଖ ଠାରୁ ସୁବର୍ଣ୍ଣପୁର-ପୁରୀ ମଧ୍ୟରେ ଏକ ସାପ୍ତାହିକ ଏକ୍ସପ୍ରେସ ଟ୍ରେନ୍‌ ଚାଲୁଛି । ଫେବୃୟାରୀ ୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ସୁବର୍ଣ୍ଣପୁର ଜିଲା ଖମ୍ବେଶ୍ୱରୀପାଲିରୁ ସୁବର୍ଣ୍ଣପୁର ଷ୍ଟେଶନ ମଧ୍ୟରେ ନୂଆ ରେଳ ଲାଇନ୍‌ ଓ ସୁବର୍ଣ୍ଣପୁର ରେଳ ଷ୍ଟେଶନର ଲୋକାର୍ପଣ କରିଥିଲେ। ସେହିପରି ସୁବର୍ଣ୍ଣପୁରରୁ ଟ୍ରେନ୍‌ ସେବାକୁ ମଧ୍ୟ ଶୁଭାରମ୍ଭ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri