ମନୋଜଙ୍କୁ ବଲାଙ୍ଗୀର ଲୋକ ସଭା, ନରସିଂହଙ୍କ ପୁଅଙ୍କୁ ବିଧାନସଭା ଟିିକେଟ

ବଲାଙ୍ଗୀର, ୩ା୪(ବୀରେନ୍ଦ୍ର କୁମାର ଝାଙ୍କର): କଂଗ୍ରେସ ଦଳ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ବଲାଙ୍ଗୀର ଲୋକ ସଭା ଏବଂ ବିଧାନସଭା ଆସନରେ ଦଳୀୟ ପ୍ରାର୍ଥୀ ସ୍ପଷ୍ଟ ହୋଇଛି। ଲୋକ ସଭା ପ୍ରାର୍ଥୀ ଭାବେ କଂଗ୍ରେସ ଚର୍ଚ୍ଚିତ ସିନେ ଅଭିନେତା ମନୋଜ ମିଶ୍ରଙ୍କୁ ପ୍ରାର୍ଥୀ କରିଛି। ବଲାଙ୍ଗୀର ବିଧାନସଭା ଆସନ ପାଇଁ ଦଳର ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ରଙ୍କ ସାନପୁଅ ସମରେନ୍ଦ୍ର ମିଶ୍ରଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଛି।
ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିବା ସିନେ ଅଭିନେତା ମନୋଜ କିଛି ମାସ ତଳେ ଓଡ଼ିଶା ସିନେ କଳାକାର ଏବଂ ପ୍ରାୟୋଜକଙ୍କ ବିବାଦକୁ ନେଇ ଚର୍ଚ୍ଚାରେ ରହିଥିଲେ। ସେ ଓଡିଆ ସିନେମାରେ ଆଞ୍ଚଳିକ ବୈଷମ୍ୟ ପ୍ରସଙ୍ଗ କଥା ଉଠାଇ ଚର୍ଚ୍ଚାରେ ରହିଥିଲେ। କଂଗ୍ରେସ ଦଳ ବଲାଙ୍ଗୀର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ତାଙ୍କୁ ପ୍ରାର୍ଥୀ ଘୋଷଣା କରି ପଶ୍ଚିମ ଓଡ଼ିଶାରେ ଘନୀଭୂତ ଏବଂ ଚର୍ଚ୍ଚିତ ହେଉଥିବା ଆଞ୍ଚଳିକ ବୈଷମ୍ୟ ପ୍ରସଙ୍ଗ ଏବଂ କୋଶଲ କାର୍ଡ ଖେଳିଥିବା ଚର୍ଚ୍ଚା ହେଉଛି। ବଲାଙ୍ଗୀର ଲୋକ ସଭା କ୍ଷେତ୍ରରେ ସେ ଏହି ପ୍ରସଙ୍ଗ ଉଠାଇ ଫାଇଦା ପାଇବେ ବୋଲି ଆଶା କରିଛନ୍ତି। ଟିକେଟ ପାଇବା ପରେ ମନୋଜ ମିଶ୍ର ଗଣମାଧ୍ୟମରେ ତାଙ୍କ ପ୍ରତିକ୍ରିୟା ରଖି ବଲାଙ୍ଗୀରର ଦାଦନ ସମସ୍ୟା, ବେରୋଜଗାର, ଶିଳ୍ପ ଏବଂ ଅନ୍ୟ ପ୍ରସଙ୍ଗକୁୂ ନେଇ ଲୋକଙ୍କୁ ପାଖକୁ ଯିବେ ବୋଲି କହିଛନ୍ତି। ବଲାଙ୍ଗୀର ଲୋକ ସଭା କ୍ଷେତ୍ର ବାହାରୁ ସମ୍ବଲପୁରରୁ ଆସି ବଲାଙ୍ଗୀରରେ ପ୍ରାର୍ଥୀ ହୋଇଥିବାରୁ ସେ କିଭଳି ଆସ୍ଥାଭାଜନ ହେବେ ବୋଲି ଗଣମାଧ୍ୟମ ପ୍ରତିନିଧିମାନେ ପ୍ରଶ୍ନ କରିବାରୁ ସେ ନିଜକୁ କୋଶଲ ମାଟିର ଛୁଆ ବୋଲି କହିଥିଲେ। କୋଶଲ କହିଲେ ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, କଳାହାଣ୍ଡି, ସୁନ୍ଦରଗଡକୁ ବୁଝାଏ। କୋଶଲୀ ସ୍ବାଭିମାନ୍‌କୁ ନେଇ ସେ ଲୋକଙ୍କ ପାଖକୁ ଯିବେ ବୋଲି କହିଛନ୍ତି।
ବଲାଙ୍ଗୀର ବିଧାନ ସଭା ପାଇଁ ପ୍ରାର୍ଥୀ ଘୋଷଣା ପରେ ସମରେନ୍ଦ୍ର ଗଣମାଧ୍ୟମରେ ପ୍ରତିକ୍ରିୟା ରଖି ତାଙ୍କ ବାପା ନରସିଂହ ମିଶ୍ରଙ୍କ ୧୦ବର୍ଷର ବିକାଶମୂଳକ କାର୍ଯ୍ୟ ଏବଂ ବଲାଙ୍ଗୀରର ଅର୍ଥନୈତିକ ଉନ୍ନତି ପାଇଁ ପ୍ରାଥମିକତା ପ୍ରସଙ୍ଗକୁ ନେଇ ସେ ନିର୍ବାଚନ ମଇଦାନକୁ ଓହ୍ଳାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri