ବାଲେଶ୍ୱର ଉପନିର୍ବାଚନ: ଭୋଟ ଦେବାପାଇଁ ଲାଇନ୍‌ରେ କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୩।୧୧: ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ଭୋଟ ଦେବା ପାଇଁ ଆସି ଲାଇନ୍‌ରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି। କଟକଣା ମଧ୍ୟରେ ପ୍ରତ୍ୟେକ ଭୋଟରଙ୍କ ଥର୍ମାଲ ସ୍କ୍ରିନିଂ କରାଯାଇ ଗୋଟିଏ ଲେଖାଏ ହ୍ୟାଣ୍ଡ ଗ୍ଲୋବସ ପ୍ରଦାନ କରାଯାଉଛି। ମହାମାରୀ କୋଭିଡ୍‌କୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି।

Share