ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୬ରେ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ରହିଛି। ଅକ୍ଟୋବର ୧୭ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ସେହିପରି ଅକ୍ଟୋବର ୧୯ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇପାରିବ। ନଭେମ୍ବର ୧୦ ନିର୍ବାଚନ ଫଳ ପ୍ରକାଶ ପାଇବ ବୋଲି ନିର୍ବାଚନ କମିଶନ କହିଛନ୍ତି। କରୋନା ବେଳେ ନିର୍ବାଚeନ ହେଉଥିବାରୁ ନିର୍ବାଚନ କମିଶନଙ୍କ ସମସ୍ତ ଗାଇଡ୍‌ଲାଇନ୍‌ କଡାକଡି ପାଳନ କରାଯିବ। ସୂଚନାଯୋଗ୍ୟ, ତିର୍ତ୍ତୋଲରେ ବିଧାୟକ ବିଷ୍ଣୁ ଦାସ ଓ ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ଦେହାନ୍ତ ପରେ ଉଭୟ ତିର୍ତ୍ତୋଲ ଓ ବାଲେଶ୍ୱର ସଦର ଆସନ ଖାଲି ପଡିଛି।

Share