ସରିଲା ବାଲିଯାତ୍ରା: ଶେଷଦିନରେ ଭକ୍ତଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ: ବିଶ୍ୱାସ ଅଛି ବାଲିଯାତ୍ରା ହେଲେ ଶୀତ ଆସେ। ଆଉ ବାଲିଯାତ୍ରା ସମୟରେ ପ୍ରବଳ ବର୍ଷା ହେବାର ନଜିର ରହିଛି। ଏହା ଆଜି କି କାଲି ନୁହେଁ, ପିଢ଼ି ପିଢ଼ି ଧରି ବିଶ୍ୱାସ ରହିଆସିଛି। ଆତ୍ମ ବିଶ୍ୱାସ ଓ ଆସ୍ଥା ପ୍ରକଟ ଅଞ୍ଚଳବାସୀଙ୍କ ମଧ୍ୟରେ ରହିଛି। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ବାଲିଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗତ ୧୨ ଦିନ ଧରି ଚାଲିଥିବା ଏହି ଯାତ୍ରା ମଙ୍ଗଳବାର ପୂର୍ଣ୍ଣାହୁତି ହୋଇଛି।

ଏହି ଯାତ୍ରାରେ ମା’ ମାଣିକେଶ୍ବରୀଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା। ପୂର୍ଣ୍ଣାହୁତି ଦିନରେ ଶହ ଶହ ଶ୍ରଦ୍ଧାଳୁ ଏହି ଯାତ୍ରାରେ ଯୋଗଦେଇ ଅଗ୍ନି ଉପରେ ଖାଲି ପାଦରେ ଚାଲି ନିଜ ମାନସିକ ପୂରଣ କରିଥାନ୍ତି। ଅଗ୍ନିରେ ଚାଲିବା ସମୟରେ ମା’ ମାଣିକେଶ୍ବରୀଙ୍କ ଆର୍ଶିବାଦ ମିଳିବା ସହ ଭୟ ନ ଥାଏ ବୋଲି ଶ୍ରଦ୍ଧାଳୁ କୁହନ୍ତି। ପ୍ରବଳ ବର୍ଷାରେ ଏହି ଯାତ୍ରା ଅନୁଷ୍ଠିତ ହୋଇଥିଲା। ବର୍ଷା ଯେତେ ପ୍ରବଳ ହେଉଥିଲା ଭକ୍ତଙ୍କ ସଂଖ୍ୟା ସେଭଳି ବୃଦ୍ଧି ପାଉଥିଲା ସମସ୍ତଙ୍କ ମନରେ ଆନନ୍ଦ ଦେଖାଯାଇଥିଲା।

ପ୍ରତିବର୍ଷ ନୁଆଁଖାଇ ସରିବା ପରେ ଏହି ଯାତ୍ରା ଆରମ୍ଭ ହୋଇଥାଏ। ବର୍ଷ ବର୍ଷ ଧରି ପରମ୍ପରା ରହିଆସିଛି ଯେ, ଏଠାରୁ ବାଲି ଯିବା ପରେ କଳାହାଣ୍ଡି ଜିଲା ଭବାନୀପାଟଣାରେ ଦଶହରା ପର୍ବ ପାଳନ ହୋଇଥାଏ। ଏହି ଅବସରରେ ମୁଖ୍ୟ ଆକର୍ଷଣ ଠାକୁରଙ୍କୁ ନେଇ ଭକ୍ତ କଣ୍ଟା ପିଢାରେ ଝୁଲିବା ସହ ଅଗ୍ନିରେ ଶ୍ରଦ୍ଧାଳୁମାନେ ଚାଲିଥାନ୍ତି। ଏହାକୁ ଦେଖିବାକୁ ଜିଲା ତଥା ଜିଲା ବାହାରୁ ଶ୍ରଦ୍ଧାଳୁ ଭିଡ଼ ଜମାଇଥାନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ପୂଜକ ଭାବେ ମାଧବ ପୂଜାରୀ ପୂଜାର୍ଚ୍ଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ମହାକାଳ ଫାଉଣ୍ଡେସନର ରକ୍ତଦାନ ଶିବିର , ଥାଲାସେମିଆ ରୋଗୀଙ୍କ ପାଇଁ ବଡ଼ ପଦକ୍ଷେପ

ଯାଜପୁର,୨୪।୯: ରକ୍ତଦାନ ମହତଦାନ । ଏହା ଆଉ ଏକ ଜୀବନକୁ ବଞ୍ଚେଇ ରଖେ । ଯାହା ସମସ୍ତଙ୍କ ଭାଗ୍ୟରେ ନ ଥାଏ । ଜରୁରୀକାଳୀନ ପରିସ୍ଥିତି...

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି...

ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି

ବଣାଇ,୨୪।୯ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡଜଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମସ୍ତିସ୍କ ବିକୃତ...

ଜରାଜୀର୍ଣ୍ଣ ଅବସ୍ଥାରେ ବଡ଼ ଶଙ୍ଖ ଯାତ୍ରୀ ବିଶ୍ରାମାଗାର

ବ୍ରାହ୍ମଣୀଗାଁ,୨୪।୯:ସରକାର ଲୋକଙ୍କ ହିତ ପାଇଁ ଅଜସ୍ର ଟଙ୍କା ଖର୍ଚ୍ଚ କରୁଥିବାବେଳେ ବ୍ରାହ୍ମଣୀଗାଁରେ ଚିତ୍ର କିଛି ଓଲଟା ରହିଛି। ବ୍ରାହ୍ମଣୀଗାଁ ଥାନା ଅଧୀନସ୍ଥ ବଡ଼ଶଙ୍ଖ ଛକ ନିକଟରେ...

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା...

ଭତ୍ତା ଆଣିବାକୁ ଗୁରୁଣ୍ଡି ଗୁରୁଣ୍ଡି ପଞ୍ଚାୟତ ଅଫିସ୍‌ ଗଲେ ବୃଦ୍ଧା

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ):ସାମାଜିକ ସୁରକ୍ଷା ଭତ୍ତା ଟଙ୍କା ପାଇବା ପାଇଁ ଗୁରୁଣ୍ଡି ଗୁରୁଣ୍ଡି ଦୁଇ କିଲୋମିଟର ପଞ୍ଚାୟତକୁ ଗଲେ ବୃଦ୍ଧା। ଏମିତି ଏକ ଦୃଶ୍ୟ ଦେଖୁବାକୁ...

ଲକ୍ଷ୍ମୀ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଧୀରେ ଧୀରେ ଉତ୍ସବ ମୁଖର ହେବାରେ ଲାଗିଛି।...

ଶିଶୁ, ପ୍ରସୂତି, ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳ, ଛତୁଆରେ ମିଶାଯାଉଛି…

ରାଜନଗର, ୨୪ା୯(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ କୋମଳମତି ଶିଶୁ, ପ୍ରସୂତି ଏବଂ ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳାଯାଉଛି। ପୁଷ୍ଟିକର ଛତୁଆ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri