Categories: ଜାତୀୟ

ଫେବୃୟାରୀ ୧୦ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ଉପରେ ରୋକ…

ନୂଆଦିଲ୍ଲୀ, ୨୯।୧ : ଆଗକୁ ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚେନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଫେବୃୟାରୀ ୧୦ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ଉପରେ ରୋକ ଘୋଷଣା କରାଯାଇଛି। ଏହାର ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କମିଶନଙ୍କ ପକ୍ଷରୁ କୁହାଯାଇଛି।

ଫେବୃୟାରୀ ୧୦ ସକାଳ ୭ଟା ଠାରୁ ମାର୍ଚ୍ଚ ୭ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ।

ବିଧାନସଭା ନିର୍ବାଚନ ହେବାକୁଥିବା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share