ଆଜି ୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୧୩।୩: ଆଜି ଫାଲଗୁନ ଶୁକ୍ଲ ଚତୁର୍ଥୀ ଅବସରରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୩ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।

Share