ବୁଧବାର ଶ୍ରୀଜିଉଙ୍କ ବନକଲାଗି ନୀତି: ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ,୭।୧୧: ଶ୍ରୀମନ୍ଦିରରେ ବୁଧବାର ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ବତନ୍ତ୍ର ନୀତି ପାଇଁ ଅପରାହ୍ନରୁ ପ୍ରାୟ ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।
ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବ ପାଳିଆ ପୁଷ୍ପାଳକ, ଚାଙ୍ଗ ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ବୋଲି ସୂଚନା ରହିଛି।

Share