ଆଜି ଶ୍ରୀମନ୍ଦିରରେ ବନକଲାଗି: ୪ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ,୧୫।୧୨: ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ସ୍ବତନ୍ତ୍ର ନୀତି ପ୍ରାୟ ଚାରି ଘଣ୍ଟା ଧରି ଚାଲିବ । ଏଥିପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡାଯିବ ବୋଲି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।

Share