Posted inଜାତୀୟ

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ପରିବର୍ତ୍ତନ କରିବାକୁ କେନ୍ଦ୍ର ସରକାର ଏବଂ ରେଳ ମନ୍ତ୍ରଣାଳୟ ଅନୁମୋଦନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅହମ୍ମଦାବାଦ ଏବଂ ଭୁଜ ମଧ୍ୟରେ ଚାଲୁଥିବା ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନକୁ ପତାକା ଉତ୍ତୋଳନ କରିବେ। ବିଶେଷକରି ଗୁଜରାଟର ଲୋକଙ୍କ ପାଇଁ ନାମୋ ଭରତ ରାପିଡ ରେଳ ଟ୍ରେନ ଏକ ବଡ ଉପହାର ଭାବରେ ବିବେଚନା କରାଯାଉଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭୁଜ ଏବଂ ଅହମ୍ମଦାବାଦ ମଧ୍ୟରେ ନମୋ ଭାରତ ରାପିଡ ରେଳକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହି ଟ୍ରେନ ୫ ଘଣ୍ଟା ୪୫ ମିନିଟରେ ଭୁଜ-ଅହମ୍ମଦାବାଦ ମଧ୍ୟରେ ଦୂରତା ଅତିକ୍ରମ କରିପାରିବ। ଏହି ସମୟରେ ଯାତ୍ରୀଙ୍କ ଭଡା ୪୫୫ ଟଙ୍କା ଧାର୍ଯ୍ୟ କରାଯାଇଛି। ଟ୍ରେନରେ ୧୨ଟି କୋଚ ରହିବ। ୧୧୫୦ ଯାତ୍ରୀ ଏଥିରେ ଯାତ୍ରା କରିପାରିବେ।

ରେଳ ଅଧିକାରୀଙ୍କ ଅନୁଯାୟୀ, ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଲାଇନରେ ନମୋ ଭାରତ ରାପିଡ ରେଳ ନିର୍ମାଣ କରାଯାଇଛି। ତେବେ ଏହି ଟ୍ରେନ ଗୁଡିକ ଦେଶର ଅନେକ ସ୍ଥାନରେ ସ୍ବଳ୍ପ ଦୂରତା ପାଇଁ ଚାଲିବ। ବର୍ତ୍ତମାନ ଗୁଜରାଟର ଅହମ୍ମଦାବାଦ ଏବଂ ଭୁଜ ମଧ୍ୟରେ ଏଭଳି ପ୍ରସ୍ତାବିତ ଟ୍ରେନ ମଧ୍ୟରୁ ପ୍ରଥମ ଲଞ୍ଚ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri