Categories: ଜାତୀୟ

ବନ୍ଦିପୋରା ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଲା…

ଶ୍ରୀନଗର,୨୬।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ବନ୍ଦିପୋରାର ଓ୍ପତନିରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ମୃତ ଆତଙ୍କବାଦୀଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ମୃତ ଆତଙ୍କବାଦୀଙ୍କୁ ବର୍ତ୍ତମାନ ସୁଦ୍ଧା ଚିହ୍ନଟ କରାଯାଇ ପାରି ନାହିଁ।

କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚାନ ଜାରି କରାଯାଇଥିଲେ ମଧ୍ୟ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା।

Share