ଭାରତକୁ ଚେତାବନୀ ଦେଲା ବାଂଲାଦେଶ: ଶେଖ୍‌ ହାସିନାଙ୍କୁ ନ ଛାଡ଼ିଲେ…

ଢାକା,୧୯।୧୦: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆଇନ ପରାମର୍ଶଦାତା ଆସିଫ ନାଜରୁଲ ଭାରତ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଚୁକ୍ତିରେ କୌଣସି ବ୍ୟବସ୍ଥା ଦର୍ଶାଇ ଭାରତ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପ୍ରତ୍ୟର୍ପଣକୁ ପ୍ରତ୍ୟାଖ୍ୟାନ କରିବାକୁ ଚେଷ୍ଟା କରେ, ତେବେ ତାଙ୍କ ଦେଶ ଦୃଢ ବିରୋଧ କରିବ। ଦୁଇ ଦିନ ପୂର୍ବେ ଅନ୍ତର୍ଜାତୀୟ କ୍ରାଇମବ୍ରାଞ୍ଚ ହାସିନାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଥିଲା। ନଭେମ୍ବର ୧୮ ସୁଦ୍ଧା ହାସିନା ଏବଂ ଅନ୍ୟ ୪୫ ଅଭିଯୁକ୍ତଙ୍କୁ ହାଜର କରିବାକୁ ଟ୍ରିବ୍ୟୁନାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆସିଫ ନାଜରୁଲ ଗୁରୁତ୍ୱାରୋପ କରିଛନ୍ତି, ଯଦି ପ୍ରତ୍ୟର୍ପଣ ଚୁକ୍ତିନାମା ଏହାର ପ୍ରକୃତ ଅର୍ଥରେ ପାଳନ କରାଯାଏ, ତେବେ ଭାରତ ଶେଖ ହାସିନଙ୍କୁ ବାଂଲାଦେଶକୁ ପଠାଇବାକୁ ବାଧ୍ୟ। ସେ କହିଛନ୍ତି, ବାଂଲାଦେଶ ଏବଂ ଭାରତ ମଧ୍ୟରେ ପୂର୍ବରୁ ଏକ ପ୍ରତ୍ୟର୍ପଣ ଚୁକ୍ତି ହୋଇସାରିଛି। ସୁରକ୍ଷା କାରଣରୁ ସେ ଭାରତରେ ଅଛନ୍ତି। ନାଜରୁଲ ଗତ ମାସରେ ଏକ ଗଣମାଧ୍ୟମରେ ସୂଚନା ଦେଇ କହିଥିଲେ, ଏହି ମାମଲା ଉପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହା, ବାଂଲାଦେଶ ଆନୁଷ୍ଠାନିକ ଭାବରେ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବି କରିବ।

ବାଂଲାଦେଶ ବୈଦେଶିକ ବ୍ୟାପାର ପରାମର୍ଶଦାତା ମହମ୍ମଦ ତାହିଦ ହୁସେନଙ୍କ ଉଦ୍ଦେଶ୍ୟରେ କହିଛନ୍ତି, ମଧ୍ୟବର୍ତ୍ତୀକାଳୀନ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ଏବଂ ହାସିନାଙ୍କୁ ଫେରାଇ ଆଣିବାକୁ ଚେଷ୍ଟା କରିବେ। କାରଣ ଆଇସିଟି ତାଙ୍କ ତଥା ଆୱାମୀ ଲିଗ ନେତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛି। ଏହି ସମୟରେ ଶେଖ ହସିନାଙ୍କ ପ୍ରତିଦ୍ୱନ୍ଦ୍ୱୀ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଆଡଭୋକେଟ ରୁହୁଲ କବୀର ରିଜଭି କହିଛନ୍ତି, ହସିନାଙ୍କୁ ଆଶ୍ରୟ ଦେବା ଜଣେ ହତ୍ୟାକାରୀ ଏବଂ ଅପରାଧୀଙ୍କୁ ଆଶ୍ରୟ ଦେବା ସଦୃଶ। ହସିନାଙ୍କୁ ଫେରାଇ ଆଣିବା ପାଇଁ ଆମକୁ ଉନ୍ନତ କୂଟବୈତିକ ବ୍ୟବହାର କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ହେଜବୋଲ୍ଲାର ଡ୍ରୋନ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ନେତାନ୍ୟାହୁ!

ଜେରୁଜେଲମ,୧୯।୧୦: ଶନିବାର ଅକ୍ଟୋବର ୧୯, ୨୦୨୪ରେ ଲେବାନନ ଇସ୍ରାଏଲ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା। ଇସ୍ରାଏଲ ଖବରକାଗଜ ହାରେଟଜର ରିପୋର୍ଟ ଅନୁଯାୟୀ ଲେବାନନରୁ ଡ୍ରୋନ ଆକ୍ରମଣ କରାଯାଇଥିଲା।...

ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍‌ ଆଳୁ-ପିଆଜ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ...

ନିଜ ଦେଶରେ ଅକ୍ରୋଶର ଶିକାର ହେଲେ ଟ୍ରୁଡୋ: ବିରୋଧୀ ଆଣିଲେ ସାଂଘାତିକ ଅଭିଯୋଗ

ଓଟ୍ଟାଓ୍ବା,୧୯ା୧୦:କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅନ୍ୟାନ୍ୟ ବିବାଦରୁ ଧ୍ୟାନ ହଟାଇବା ପାଇଁ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାକୁ ବ୍ୟବହାର କରୁଥିବା ସେଠାର...

ବିଷ ଓଗାଳିଲେ କାନାଡ଼ା ବୈଦେଶିକ ମନ୍ତ୍ରୀ: ଭାରତକୁ ରୁଷିଆ ସହ କଲେ ତୁଳନା

ଓଟାଓ୍ବା,୧୯।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ...

ଚେତାବନୀ ଦେଲେ ନେତାନ୍ୟାହୁ: ହମାସ ସର୍ତ୍ତ ନ ମାନିଲେ ପରିସ୍ଥିତି ହେବ ଭୟାବହ

ତେଲ୍‌ ଆଭିଭ୍‌,୧୯ା୧୦:ଗାଜାର ସଶସ୍ତ୍ର ଶାସକ ହମାସ୍‌ ଅସ୍ତ୍ର ତ୍ୟାଗ କଲେ ଆସନ୍ତାକାଲି ଯୁଦ୍ଧର ଅବସାନ ଘଟିବ ବୋଲି ଶୁକ୍ରବାର ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ କହିଛନ୍ତି।...

ଭାରତରେ ଅଛନ୍ତି ଏତିକି ସଂଖ୍ୟାରେ ଗରିବ: ରିପୋର୍ଟରେ ବଡ଼ ଖୁଲାସା

ଜାତିସଂଘ,୧୯ା୧୦:ଭାରତରେ ୨୩୪ ନିୟୁତର ଊର୍ଦ୍ଧ୍ୱ ଲୋକ ଦାରିଦ୍ର୍ୟ ମଧ୍ୟରେ କାଳାତିପାତ କରୁଛନ୍ତି। ବିଶ୍ୱର ୫ ସର୍ବାଧିକ ସଂଖ୍ୟକ ଦରିଦ୍ର ରହୁଥିବା ଦେଶ ମଧ୍ୟରେ ଭାରତ ଅନ୍ୟତମ...

ଚଳିତ ବର୍ଷ ଦ୍ୱିତୀୟଥର ରୁଷିଆ ଯିବେ ମୋଦି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮ା୧୦: ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଗତ ଜୁଲାଇ...

ୟାହିୟା ସିନଓ୍ବାର କିଏ? ଅକ୍ଟୋବର ୭ ନରସଂହାର ପଛରେ ରହିଥିଲା ଯାହାଙ୍କ ହାତ, ହତ୍ୟା କରି ଇସ୍ରାଏଲ ନେଲା ପ୍ରତିଶୋଧ…

ଜେରୁଜେଲମ,୧୮।୧୦: ୨୦୨୩ ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣର ପଛରେ ଥିଲେ ହମାସ ମୁଖ୍ୟ ୟାହିୟା ସିନଓ୍ବାର। ଏହି ଆକ୍ରମଣରେ ୧୨୦୦ ଲୋକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri