ସୀମାରେ ବାଂଲାଦେଶୀ ଭୟ, ପାରାଦୀପ ଦେଇ ପଶି ଆସିଲେ ୧୨ଜଣ

ପାରାଦୀପ,୧୫।୮: ବାଂଲାଦେଶ ହିଂସାକୁ ନେଇ ଓଡ଼ିଶା ଉପକୂଳରେ ହାଇଆଲର୍ଟ ଜାରି ହୋଇଛି । ବାଂଲାଦେଶୀମାନେ ଉପକୂଳ କିମ୍ବା ସମୁଦ୍ର ତଟ ଦେଇ ପଶି ଆସୁଥିବାରୁ ସବୁଠି ହାଇ ଆଲର୍ଟ ଜାରି ହୋଇଛି। ତେବେ ଗୁରୁବାର ପାରାଦୀପ ଦେଇ ୧୨ଜଣ ସନ୍ଦିଗ୍ଧ ବାଂଲାଦେଶୀ ପଶି ଆସିଛନ୍ତି।

ପାରାଦୀପ ଆଦର୍ଶ ଥାନା ପୋଲିସ ସେମାନଙ୍କୁ ବାଂଲାଦେଶୀ ଅନୁପ୍ରେବଶକାରୀ ସନ୍ଦେହରେ ୧୨ଜଣଙ୍କୁ ଅଟକ ରଖିଛି। ସମସ୍ତଙ୍କ ପରିଚୟପତ୍ର ଯାଞ୍ଚ ସହ ତଦନ୍ତ କରୁଛି ପୋଲିସ । ଆଜି ସକାଳେ ଏହି ୧୨ ଜଣ କୋଲକତାରୁ ବସରେ ଆସି ପାରାଦୀପ ବସଷ୍ଟାଣ୍ଡରେ ପହଞ୍ଚିଥିଲେ । ବାଂଲାଦେଶୀ ହୋଇଥିବା ସନ୍ଦେହ କରି ପୋଲିସକୁ ଜଣାଇଥିଲେ ସ୍ଥାନୀୟ ଲୋକେ । ପରେ ପୋଲିସ ସମସ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି । ସମସ୍ତ ସନ୍ଦିଗ୍ଧ କୋଲକାତାର ବାବୁଘାଟରୁ ଆସିଥିବା ଜଣାପଡିଛି । ସମସ୍ତେ ବଙ୍ଗଳା ଭାଷାରେ କଥାବାର୍ତ୍ତା ହେଉଥିବା ବେଳେ ଏମାନେ ବାଂଲାଦେଶୀ ଅନୁପ୍ରବେଶକାରୀ କି ନୁହେଁ ସେନେଇ ତଦନ୍ତ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି।...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri