ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହ ରଖିଲେ ଶାରୀରିକ ସମ୍ପର୍କ, ବ୍ୟାଙ୍କ କର୍ମଚାରୀ ଗିରଫ

ଭୁବନେଶ୍ୱର,୬ା୩(ସୂର୍ଯ୍ୟକାନ୍ତ ବେହେରା): ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରିବା ଅଭିଯୋଗରେ ଇନ୍‌ଫୋସିଟି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଚନ୍ଦ୍ରଶେଖରପୁରରେ ରହୁଥିବା ତାଳଚେର ସଦର ଥାନା ଅଞ୍ଚଳର ସୁମନ୍ତ କୁମାର ଆଚାର୍ଯ୍ୟ(୨୫)। ଜାମିନ ନ ମିଳିବାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ ଅଭିଯୁକ୍ତ ଜଣକ ଏକ ବେସରକାରୀ ବ୍ୟାଙ୍କରେ କାର୍ଯ୍ୟ କରୁଥିବାବେଳେ, ପୀଡ଼ିତାଙ୍କ ଦୂର ସମ୍ପର୍କୀୟ ଅଟନ୍ତି। ୨୦୨୨ ଜୁନ ମାସରେ ପୀଡ଼ିତା ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ଏବଂ ସେହି ଦିନଠାରୁ ଉଭୟ ମୋବାଇଲ ଏବଂ ସାମାଜିକ ଗଣମାଧ୍ୟମ ଜରିଆରେ ପରସ୍ପର ସହ ଯୋଗାଯୋଗରେ ରହିଥିଲେ। ପରେ ଦୁହିଁଙ୍କ ମଧ୍ୟରେ ଘନିଷ୍ଠତା ବଢ଼ିଥିଲା ଓ ଅଭିଯୁକ୍ତ ପୀଡ଼ିତାଙ୍କୁ ବିବାହର ପ୍ରଲୋଭନ ଦେଖାଇ ତଥା ମିଥ୍ୟା ପ୍ରତିଶ୍ରୁତି ଦେଇ ୨୦୨୩ ଅଗଷ୍ଟରେ ପ୍ରଥମ କରି ଶିଶୁବିହାରର ଏକ ଭଡ଼ା ଘରେ ତାଙ୍କ ଇଛା ବିରୋଧରେ ତାଙ୍କ ସହିତ ଜୋରଜବରଦସ୍ତ ଶାରୀରିକ ସମ୍ପର୍କ ରଖିଥିଲେ। ପରବର୍ତ୍ତୀ ସମୟରେ ପୀଡ଼ିତା ବିବାହ ବିଷୟରେ କହିବାରୁ ଅଭିଯୁକ୍ତ ଜଣଙ୍କ ତାଙ୍କ ପ୍ରସ୍ତାବକୁ ଏଡ଼ାଇ ଯାଇଥିଲେ। ଏପରିକି ଅଭିଯୁକ୍ତଙ୍କ ପରିବାର ଲୋକେ ମଧ୍ୟ ପୀଡିତାଙ୍କୁ ଗ୍ରହଣ କରିବାକୁ ମନା କରିଦେଇଥିଲେ। ପରେ ପୀଡ଼ିତା ଥାନାରେ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri