ବୁଧବାର ବନକଲାଗି ନୀତି : ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୩୦।୧ : ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର  ଅନୁଷ୍ଠିତ ହେବ। ଏହି ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ପ୍ରାୟତଃ ୩ ରୁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।
ଖବର ଅନୁଯାୟୀ, ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ।
Share