ଗୁଳିବିଦ୍ଧ ବାରହାର ମୃତଦେହ ଜବତ; ଦେଶୀ ବନ୍ଧୁକ ଜବତ, ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୨୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ବାରିହାକଟା ଗ୍ରାମ ନିକଟ ଗାଇଡା ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ସକାଳ ପ୍ରାୟ ସାଢ଼େ ୧୨ ଟାରେ ଏକ ଗୁଳିବିଦ୍ଧ ବାରହାର ମୃତଦେହକୁ ବନବିଭାଗ କର୍ମଚାରୀ ଜବତ କରିଛନ୍ତି। ବାରହା ଶିକାରରେ ସମ୍ପୃକ୍ତ ଅନ୍ୟ ୨ ଜଣ ଶିକାରି ଦୌଡ଼ି ପଳାଇଥିବାବେଳେ ଜଣେ ଶିକାରିଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମର ସିମାଞ୍ଚଳ ପ୍ରଧାନ। ବାରହା ଶିକାରରେ ବ୍ୟବହୃତ ଦେଶୀ ବନ୍ଧୁକ,ଲୁହା ତେଣ୍ଟା,ଫାସ ଯୁକ୍ତ କ୍ଳଚ ୱାଇର, ମୋବାଇଲ ଫୋନ ତାଙ୍କ ନିକଟରୁ ଜବତ କରାଯାଇଛି।

ରାତି ପ୍ରାୟ ସାଢ଼େ ୮ ଟାରେ ତାଙ୍କୁ କୋର୍ଟ ଚାଲାଣ କରାଯିବା ପରେ ବନ ବିଭାଗ ମାମଲା ନଂ.୧୯୭/୨୪-୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ନୂଆପଡ଼ା ବନ ବିଭାଗ ସେକ୍ସନ ଫରେଷ୍ଟର ଇଶ୍ୱା. ଗଣେଶ ଖବର ପାଇ ସଦଳବଳେ ଜଙ୍ଗଲରେ ପହଞ୍ଚିଥିଲେ। ସେମାନେ ପହଞ୍ଚିବା ବେଳେ ୨ ଶିକାରି ସେଠାରୁ କୌଶଳକ୍ରମେ ଦୌଡ଼ି ପଳାଇଥିବା ବେଳେ ସିମାଞ୍ଚଳ ଙ୍କୁ ମାଡ଼ି ବସିଥିଲେ। ତାଙ୍କ ନିକଟରୁ ଦେଶୀ ବନ୍ଧୁକ, ମୃତ ବାରହା,ଫାସ ସାମଗ୍ରୀକୁ ଜବତ କରି ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କୁ ଖବର ଦେଇଥିଲେ। ରେଞ୍ଜର ଘଟଣାସ୍ଥଳରେ ପହଞ୍ଚି ସରଜମିନ ତଦନ୍ତ କରି ଫେରିଥିଲେ। ମୃତ ବାରହାଟି ମାଇ ପ୍ରଜାତିର। ତାକୁ ଦିଗପହଣ୍ଡି ପ୍ରାଣୀ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯାଇଛି। ବାରହା ଶିକାରରେ ସମ୍ପୃକ୍ତ ଅନ୍ୟ ୨ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି । ଖୁବ ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ରେଞ୍ଜର ଜଣାଇଛନ୍ତି।

ସୂଚନା ଯୋଗ୍ୟ ଯେ, ଗତ କିଛିବର୍ଷ ହେଲା ଦିଗପହଣ୍ଡି ବନାଞ୍ଚଳ ଅଧିନ ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ଅବାଧ ବନ୍ୟଜନ୍ତୁ ଶିକାର ଚାଲିଛି। ଶିକାରି ମାନେ ଯୋଜନାବଦ୍ଧ ଭାବେ ଅନାୟସରେ ଶିକାର କରୁଥିବା ବେଳେ ବନବିଭାଗ କର୍ମଚାରୀଙ୍କ ଏଥିପ୍ରତି ଧ୍ୟାନ ନଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri