ବାରବାଟୀ-କଟକ ନିର୍ବାଚନୀ ମାମଲା: ମହଲତ ପାଇଁ ବିଧାୟକଙ୍କୁ ୧୦ ହଜାର ଜରିମାନା

କଟକ,୧୪ା୧୧ (କାର୍ତ୍ତିକ ସାହୁ): ବାରବାଟୀ-କଟକ ନିର୍ବାଚନୀ ମାମଲାର ବିଧାୟକ ମହମ୍ମଦ ମୋକିମ୍‌ଙ୍କ ପକ୍ଷରୁ ଯୁକ୍ତି ବାଢ଼ିବାକୁ ଓକିଲ ମହଲତ ମାଗିବାରୁ ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା ଦାଖଲ କରିବାକୁ ଆଦେଶ ଦେଇଛନ୍ତି। ସୋମବାର ଶୁଣାଣିରେ ବିଧାୟକଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ନିମନ୍ତେ ମହଲତ ନେବାକୁ ଆବେଦନ କରାଯାଥିଲା। ହାଇକୋର୍ଟର ବିଚାରପତି ସଙ୍ଗମ କୁମାର ସାହୁ ମାମଲାର ଶୁଣାଣି କରି ପରବର୍ତ୍ତୀ ଶୁଣାଣି ନିମନ୍ତେ ଆସନ୍ତା ୨୦ ତାରିଖକୁ ଧାର୍ଯ୍ୟ କରିଛନ୍ତି।

ପ୍ରକାଶ ଯେ, ବିଧାୟକ ମୋକିମ୍‌ଙ୍କ ସାକ୍ଷ୍ୟଗ୍ରହଣ ଶେଷ ହୋଇଥିବାରୁ ତାଙ୍କ ପକ୍ଷରୁ ପ୍ରଥମେ ଯୁକ୍ତି ଉପସ୍ଥାପନ ଆରମ୍ଭ କରିବାକୁ କୋର୍ଟ ଆଦେଶ ଦିଅନ୍ତୁ ବୋଲି ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଦାଖଲ ପିଟିଶନ୍‌ରେ ଆବେଦନ କରାଯାଇଥିଲା। ଦେବାଶିଷଙ୍କ ଏହି ଆବେଦନର ଶୁଣାଣି ଶେଷ କରି ହାଇକୋର୍ଟ ବିଧାୟକ ମୋକିମ୍‌ଙ୍କୁ ପ୍ରଥମେ ଯୁକ୍ତି ଉପସ୍ଥାପନ କରିବାକୁ ଆଦେଶ ଦେଇଥିଲେ। ବିଧାୟକ ମୋକିମ୍‌ଙ୍କ ପକ୍ଷରୁ ତତ୍‌କାଳୀନ ରିଟର୍ଣ୍ଣିଂ ଅଫିସର୍‌ ତଥା ସବ୍‌ କଲେକ୍ଟର୍‌ ସୁକାନ୍ତ କୁମାର ପ୍ରଧାନଙ୍କୁ ଜେରା କରାଯାଇସାରିଛି। ଉଲ୍ଲେଖଯୋଗ୍ୟ, ବାରବାଟୀ-କଟକ ନିର୍ବାଚନ ମଣ୍ଡଳୀର ବିଜୟୀ ପ୍ରାର୍ଥୀ କଂଗ୍ରେସ ବିଧାୟକ ମହମ୍ମଦ୍‌ ମୋକିମ୍‌ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବାକୁ ହାଇକୋର୍ଟରେ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି। ବିଧାୟକ ମୋକିମ୍‌ ତାଙ୍କ ସତ୍ୟପାଠରେ ଅନେକ ତଥ୍ୟ ଲୁଚାଇଥିବା ଆବେଦନକାରୀ ଅଭିଯୋଗ କରଛନ୍ତି। ମୋକିମ୍‌ଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ଓ ତରଣୀକାନ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।...

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ...

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା।...

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri