ବରଗଡ଼ ଧନୁଯାତ୍ରା: ଉଦ୍‌ଘାଟିତ ହେଲା ରଙ୍ଗମହଲ

ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶନିବାର ଦ୍ୱିତୀୟ ଦିବସରେ ମଥୁରାନଗରୀସ୍ଥିତ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦ୍‌ଘାଟିତ ହୋଇଯାଇଛି। କଂସ ମହାରାଜା ମଥୁରା ଭ୍ରମଣ ସାରି ସେଠାରେ ପହଞ୍ଚିବା ପରେ ଧନୁଯାତ୍ରା ମହୋତ୍ସବ ସଭାପତି ତଥା ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ ଏହାକୁ ଉଦ୍‌ଘାଟନ କରିଥିଲେ।

ଉଦ୍‌ଘାଟନୀ ସମାରୋହରେ କଂସ ମହାରାଜାଙ୍କ ସମେତ ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ, ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଧନୁଯାତ୍ରା ମହୋତ୍ସବ ସମିତି ଆବାହକ ତଥା ସମ୍ପାଦକ ସୁରେଶ୍ୱର ଶତପଥୀଙ୍କ ସମେତ ରଙ୍ଗମହଲ କମିଟିର କର୍ମକର୍ତ୍ତା ଉପସ୍ଥିତ ଥିଲେ।

ରଙ୍ଗମହଲ ଉଦ୍‌ଘାଟନ ପରେ ବିଭିନ୍ନ ସାଂସ୍କୃତିକ ଦଳ ନୃତ୍ୟ ପରିବେଷଣ କରିଥିଲେ। କଳାକାରଙ୍କ ନୃତ୍ୟ ପରିବେଷଣ ପରେ କଂସ ମହାରାଜା ହାତୀ ପିଠିରେ ବସି ହାଟପଦାସ୍ଥିତ ରାଜ ଦରବାରକୁ ଯାଇଥିଲେ। ସେଠାରେ ପୁଣି ଦୈବବାଣୀ ଶୁଣି କଂସ ବିଚଳିତ ହୋଇ ପଡ଼ିଥିଲେ। ଅନ୍ୟପଟେ କାରାଗାର (ସମଲେଶ୍ୱରୀ ମଣ୍ଡପ)ରେ ବନ୍ଦୀ ଦେବକୀଙ୍କ କୋଳରେ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ବସୁଦେବ ଶ୍ରୀକୃଷ୍ଣଙ୍କୁ ଧରି ଗୋପପୁର ଯାଇଥିଲେ ଏବଂ ସେଠାରେ ନନ୍ଦରାଣୀ, ନନ୍ଦରାଜାଙ୍କ କୋଳରେ ଶ୍ରୀକୃଷ୍ଣଙ୍କୁ ଛାଡ଼ିଥିଲେ। ଅପରପକ୍ଷେ ସେଠାରୁ ବିଜୁଳିକନ୍ୟାଙ୍କୁ ଧରି ବସୁଦେବ ନିଶାର୍ଦ୍ଧରେ କାରାଗାର ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image