କନ୍ଧମାଳର ଡାକୁଲ ନୃତ୍ୟରେ ପ୍ରକମ୍ପିତ ହେଲା ବରଗଡ଼

ବାଲିଗୁଡା,୨୯।୧୨:(ଡି.ଏନ.ଏ.): ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର ଉଦ୍‌ଘାଟନ ଉତ୍ସବରେ ଆୟୋଜିତ ସାଂସ୍କୃତିକ ଶୋଭାଯାତ୍ରାରେ ଯୋଗଦେଇ ଦର୍ଶକଙ୍କ ମନମୋହିଲେ କନ୍ଧମାଳ କଳାବିକାଶ କେନ୍ଦ୍ର ବାଲିଗୁଡାର କଳାକାର l କନ୍ଧମାଳ କଳା ବିକାଶ କେନ୍ଦ୍ରର ସମ୍ପାଦକ ପ୍ରମୋଦ କୁମାର ଦଣ୍ଡସେନା, ଜଗନ୍ନାଥ ବିଶୋଇ, ଏବଂ ପ୍ରଶାନ୍ତ ସାହୁଙ୍କ ନେତୃତ୍ୱରେ କନ୍ଧମାଳର ସର୍ବ ପୁରାତନ ଲୋକକଳା ଡାକୁଲ ନୃତ୍ୟ ବରଗଡ଼ରେ ପହଞ୍ଚି କୋଡିଏ ଜଣିଆ ଟିମ୍‌ ଦ୍ୱାରା ନୃତ୍ୟ ପରିବେଷଣ କରିଥିଲେ। ବରଗଡ଼ ଧନୁଯାତ୍ରାର ସାଂସ୍କୃତିକ ଶୋଭାଯାତ୍ରାରେ ନୃତ୍ୟକୁ ଅଞ୍ଚଳର ଲୋକେ ମନଭରି ଉପଭୋଗ କରିଥିଲେ l