ସାମଗ୍ରିକ ବିକାଶ ଅପେକ୍ଷାରେ ବତିଘର ପଞ୍ଚାୟତ

କେନ୍ଦ୍ରାପଡ଼ା,୧୨ା୧୦ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ସଦର ମହକୁମାଠାରୁ ୪୮ କିମି ଦୂରରେ ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ ଅବସ୍ଥିତ। ଏହି ପଞ୍ଚାୟତର ମାତ୍ର ୧୦ କିମି ଦୂରରେ ଜଗତ୍‌ସିଂହପୁର ଜିଲାର ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପ୍ରାଚୁର୍ଯ୍ୟ ରହିଥିବା ବେଳେ ବତିଘର ପଞ୍ଚାୟତବାସୀ ସଦର ମହକୁମାକୁ ବେଳ ଅବେଳରେ ଧାଇଁଯିବା ସମ୍ଭବ ନୁହେଁ। ଶିକ୍ଷା, ସ୍ବାସ୍ଥ୍ୟ, ବିଦ୍ୟୁତ୍‌ଠାରୁ ପାନୀୟ ଜଳ ପର୍ଯ୍ୟନ୍ତ ସମସ୍ୟାରେ ପଞ୍ଚାୟତର ପ୍ରାୟ ୫ ହଜାର ଅଧିବାସୀ ହନ୍ତସନ୍ତ ହେଉଛନ୍ତି। ୮ଟି ରାଜସ୍ବ ଗ୍ରାମକୁ ନେଇ ପଞ୍ଚାୟତ ଗଠନ ହୋଇଛି। ଏଠାରେ ଥିବା ବତିଘର ଓ ହୁକିଟୋଲାକୁ ୨୦୧୬ ମସିହାରେ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ର ମାନ୍ୟତା ମିଳିଛି। ଏସବୁ ସତ୍ତ୍ୱେ ସାମଗ୍ରିକ ବିକାଶରେ ଖରିନାସୀ ସେତୁ, ପ୍ରତି ଗ୍ରାମକୁ ରାସ୍ତା ଓ ବନାଞ୍ଚଳର ମାନ୍ୟତା ଆଦି ବାଧକ ସାଜିଛି। ଉଦ୍‌ବେଗର ବିଷୟ ଯେ, ଏହି ପଞ୍ଚାୟତରେ ସାକ୍ଷରତା ହାର ମାତ୍ର ୬୬.୧୨%। ୨୦୧୧ ଜନଗଣନା ଅନୁଯାୟୀ ଏଠାରେ ପ୍ରାୟ ୭୫% ସାକ୍ଷର। ମାତ୍ର ୩୪% ମହିଳା ପାଠ ପଢ଼ିବା ପାଇଁ ଆଗ୍ରହ ପ୍ରକାଶ କରୁଥିବା ତଥ୍ୟ ମିଳିଛି। ଚାଷ ଓ ମାଛ ଏହି ଅଞ୍ଚଳବାସୀଙ୍କ ଜୀବିକା। ବତିଘର, ଫଲ୍‌ସ ପଏଣ୍ଟ, ହୁକିଟୋଲାକୁ ପର୍ଯ୍ୟଟନ ଭିତ୍ତିଭୂମି ଯୋଗାଇଲେ ଆର୍ଥିକ ବିକାଶ ହୋଇପାରିବ। ସେହିପରି ଶିଳ୍ପ ଅପେକ୍ଷାରେ ଥିବା ଯୁବବର୍ଗଙ୍କୁ ଉପଯୁକ୍ତ ତାଲିମ, ବ୍ୟାଙ୍କ ଋଣ ଆଦି ସହଯୋଗ ଆବଶ୍ୟକତା ଅଛି। ଜଗତ୍‌ସିଂହପୁର ଜିଲା ଶିଳ୍ପ ଦ୍ୱାରା ନଷ୍ଟ ହେଉଥିବା ପରିବେଶକୁ ସଜାଡ଼ିବା ସମ୍ପର୍କରେ ସ୍ଥାନୀୟ ଅଧିବାସୀ ଓ ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି ।
ଏ ସମ୍ପର୍କରେ ସ୍ଥାନୀୟ ଅଧିବାସୀ ବିଭୂତି ଭୂଷଣ ରାଉତ, ପ୍ରଭାତ କୁମାର ଜେନା, ଲକ୍ଷ୍ମୀକାନ୍ତ ସ୍ବାଇଁ, ସାମାଜିକ କର୍ମୀ ବାନାମ୍ବର ସାହୁ ପ୍ରମୁଖ କହିଛନ୍ତି, ଏହି ପଞ୍ଚାୟତବାସୀ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ପରି ମୌଳିକ ସମସ୍ୟାରେ ଛନ୍ଦି ହୋଇପଡ଼ିଛନ୍ତି। ପ୍ରାକୃତିକ ପରିବେଶରେ ଭରପୂର ଏହି ପଞ୍ଚାୟତବାସୀଙ୍କ ପାଠପଢ଼ା ଓ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ଅବସ୍ଥାରେ ଅଛି। ପଡ଼ୋଶୀ ଜଗତ୍‌ସିଂହପୁର ଜିଲା ଶିଳ୍ପରୁ ବାହାରୁଥିବା ବର୍ଜ୍ୟବସ୍ତୁ ନଦୀଜଳରେ ଛଡ଼ା ଯାଉଥିବା ବେଳେ ବାୟୁମଣ୍ଡଳ ଏଥିପାଇଁ ଦୂଷିତ ହୋଇଛି। ଚର୍ମ ରୋଗଠାରୁ ଆରମ୍ଭ କରି କର୍କଟ ରୋଗ ଏଠାରେ ଦେଖାଯାଉଛି। ପଞ୍ଚାୟତ ଅଧୀନରେ ହୁକିଟୋଲା, ବତିଘର, ଫଲ୍‌ସ ପଏଣ୍ଟ ଇଂରେଜ ଶାସନ ଓ ନୌବାଣିଜ୍ୟର ସ୍ବାକ୍ଷର ବହନ କରିଛି। ଖରିନାସୀ ନଦୀକୂଳରେ ଥିବା ଏହି ବତିଘର ୧୮୩୬ ଡିସେମ୍ବରରେ ନିର୍ମାଣ ଆରମ୍ଭ ହୋଇଥିଲା। ୧୮୩୭ ଅକ୍ଟୋବର ୧୬ରେ ଏଠାରେ ପ୍ରଥମ ଥର ପାଇଁ ଆଲୋକ ପ୍ରଜ୍ୱଳନ କରାଯାଇଥିଲା, ଯାହା ଅଦ୍ୟାବଧି କାର୍ଯ୍ୟକ୍ଷମ ଅଛି। ୨୦୧୬ରୁ ଏହି ସ୍ଥାନ ପର୍ଯ୍ୟଟନସ୍ଥଳର ମାନ୍ୟତା ମିଳିଥିଲେ ମଧ୍ୟ ଏହା ଏବେବି ଅବହେଳିତ ହୋଇରହିଛି। ୧୨୫ ଫୁଟ ଉଚ୍ଚତା ବିଶିଷ୍ଟ ଏହି ବତିଘର ପରିସରରେ ଖ୍ରୀଷ୍ଟିଆନ ଧର୍ମାବଲମ୍ବୀଙ୍କ ପଥର ନିର୍ମିତ ପୁରାତନ କବର ଓ କୂଅ ଅଛି। ଏହି ଐତିହ୍ୟସ୍ଥଳର ଭିତ୍ତିଭୂମି ସୁଦୃଢ଼ ସହ ଜିଲାର ଗ୍ରାମୀଣ ହସ୍ତଶିଳ୍ପ ଉପତ୍ାଦ ବିକ୍ରି ପାଇଁ ଏକ ସୁଦୃଶ୍ୟ ମଣ୍ଡି ଖୋଲାଗଲେ ପର୍ଯ୍ୟଟନ କ୍ଷେତ୍ରର ଶ୍ରୀବୃଦ୍ଧି ହେବ। ତୁରନ୍ତ ସ୍ବାସ୍ଥ୍ୟସେବା ପାଇଁ ବୋଟ୍‌ ଆମ୍ବୁଲାନ୍ସ ବ୍ୟବସ୍ଥା ହୋଇଛି, ତେବେ ଏହା ପର୍ଯ୍ୟାପ୍ତ ନୁହେଁ। ଖରିନାସୀ ସେତୁ ନିର୍ମାଣ ବିଳମ୍ବଜନିତ କାରଣରୁ ଏହି ପଞ୍ଚାୟତକୁ ଅଦ୍ୟାବଧି ଅଗ୍ନିଶମ ଗାଡ଼ି, ଆମ୍ବୁଲାନ୍ସ ଆସିପାରୁନାହିଁ। ସମସ୍ତଙ୍କୁ ଶିକ୍ଷା ସମ୍ପର୍କରେ ସଚେତନତା ନ ଥିବାରୁ ବାଲ୍ୟ ବିବାହ ଏଠାରେ ଦେଖିବାକୁ ମିଳୁଛି। ସେହିପରି ବନାଞ୍ଚଳକୁ କେତେଜଣ ଜବରଦଖଲ କରିଥିବାରୁ ଏଥିପ୍ରତି କାର୍ଯ୍ୟାନୁଷ୍ଠାନ ଆବଶ୍ୟକ। ଉନ୍ନୟନ କାର୍ଯ୍ୟ ପାଇଁ ସାମଗ୍ରୀ ପରିବହନରେ ସେତୁ ହିଁ ବାଧକ ସାଜିଛି। ସେହିପରି ପ୍ରତି ଗ୍ରାମକୁ ରାସ୍ତା, ତଟବନ୍ଧକୁ ଉଚ୍ଚା କରିବା, ହେନ୍ତାଳ ବଣର ସୁରକ୍ଷାକୁ ମତଦାତାମାନେ ଗୁରୁତ୍ୱ ଦେଇଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ନିଲୁ ମହାପାତ୍ରଙ୍କୁ ପଚାରିବାରେ ଉପାନ୍ତ ଅଞ୍ଚଳରେ ଥିବା ଏହି ପଞ୍ଚାୟତ ବନ୍ୟା, ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟ ଘେରରେ ଅଛି। ଅଞ୍ଚଳବାସୀଙ୍କ ବିଭିନ୍ନ ସମସ୍ୟାର ନିରାକରଣ ବ୍ୟବସ୍ଥା ଜିଲା ପ୍ରଶାସନ, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କରାଯାଉଛି। ଖରିନାସୀ ସେତୁ ନିର୍ମାଣକୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍‌ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା...

ଏମ୍‌ପିଙ୍କ ପୋଷ୍ଟର ଚିରିଦେଲେ ଦୁର୍ବୃତ୍ତ, ସିସିଟିଭି ଦେଖି…

ବାଲିଗୁଡ଼ା,୧୬ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନରେ କନ୍ଧମାଳ ଏମ୍‌ପିଙ୍କ ଏକ ଶୁଭେଚ୍ଛା ବାର୍ତ୍ତା ପୋଷ୍ଟରକୁ କୌଣସି ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ଚିରି...

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି  ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

୫ବର୍ଷର ଝିଅ ପେଟରେ ଛୁରି ଭୁସି ମାରିଦେଲେ ବାପା

ଚିତ୍ରକୋଣ୍ଡା,୧୬।୧୦: ବାପା କଲେ ଏମିତି, ସାବତ ମା’ଙ୍କ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା...

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri