Categories: ଖେଳ

କ୍ୱାଲିଫାୟରରେ ଆଣ୍ଠେଇଲା ହାଇଦ୍ରାବାଦ; ବ୍ୟାଟିଂ ଫାୟାର ପାଓ୍ବାର୍‌ ଫେଲ୍‌, କୋଲକାତାକୁ ମାତ୍ର ଏତିକି ରନ୍‌ର ସହଜ ଟାର୍ଗେଟ…

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନରେ ପ୍ଲେଅଫ୍‌ର ରୋମାଞ୍ଚ ଆରମ୍ଭ ହୋଇଛି। ପ୍ରଥମ କ୍ୱାଲିଫାୟରରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ଏବଂ ସନରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେଉଛି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍‌ କମିନ୍ସ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଏହା ପରେ ଟିମ୍‌ କେକେଆର୍‌କୁ ୧୬୦ ରନ୍‌ର ଟାର୍ଗେଟ ଦେଇଛି।

ଟସ୍‌ ଜିତି ବ୍ୟାଟିଂ କରିବାକୁ ଓହ୍ଲାଇଥିବା ହାଇଦ୍ରାବାଦ ଟିମ୍‌ର ଆରମ୍ଭ ବହୁତ ଖରାପ ରହିଥିଲା। ଦଳ ୩୯ ରନ୍‌ରେ ୪ ଉଇକେଟ ହରାଇଥିଲା। ଏହାପରେ ରାହୁଲ ତ୍ରିପାଠୀ ୩୫ ବଲ୍‌ରେ ୫୫ ଏବଂ ହେନରିକ କ୍ଲାସେନ ୨୧ ବଲ୍‌ରେ ୩୨ ରନ୍‌ର ଇନିଂସ ଖେଳି ଦଳକୁ ୧୫୯ ରନ୍‌ର ସମ୍ମାନଜନକ ସ୍କୋର ପର୍ଯ୍ୟନ୍ତ ପହଞ୍ଚାଇଛନ୍ତି। ଉଭୟ ଖେଳାଳିଙ୍କ ମଧ୍ୟରେ ୫ମ ଉଇକେଟ ପାଇଁ ୩୭ ବଲ୍‌ରେ ୬୨ ରନ୍‌ର ଭାଗିଦାରୀ ହୋଇଥିଲା। ଶେଷରେ କମିନ୍ସ ୩୦ ରନ୍‌ କରିଥିଲେ। ଏହାଛଡ଼ା ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ୨୦ ରନ୍‌ କରିପାରି ନ ଥିଲେ।

ଅପରପକ୍ଷେ କେକେଆର୍‌ ବୋଲରମାନେ ଜବରଦସ୍ତ ବୋଲିଂ କରି ବିରୋଧୀ ଟିମ୍‌କୁ ଅଡ଼ୁଆରେ ପକାଇଥିଲେ। ମାଇକେଲ ଷ୍ଟାର୍କ ସର୍ବାଧିକ ୩ ଉଇକେଟ ନେଇଥିଲେ।

Share