
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି ପକ୍ଷରୁ ରବିବାର ଓଡ଼ିଆ ପକ୍ଷ ଅବସରରେ ବିଭିନ୍ନ ପଞ୍ଚାୟତରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ବିଡ଼ିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ କାର୍ଯ୍ୟକ୍ରମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏଥିରେ ଗ୍ରାମବାସୀ, ଅଙ୍ଗନୱାଡ଼ି କର୍ମୀ ପ୍ରମୁଖ ସାମିଲ ହୋଇ ସଫେଇ କାର୍ଯ୍ୟ କରିଥିଲେ।
ଓଡ଼ିଆ ପକ୍ଷ ଅବସରରେ ବିଭିନ୍ନ ବିଭାଗକୁ ବିଭିନ୍ନ କାର୍ଯ୍ୟକ୍ରମ କରିବା ପାଇଁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ରକ୍ତଦାନ ଶିବିର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେଣୁ ଆସନ୍ତା ମଙ୍ଗଳବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ବିଡିପୁରସ୍ଥିତ ତେନ୍ତୁଲିଆ ଶାସନ ଦେବସ୍ଥାନ ମହାବିଦ୍ୟାଳୟରେ ରକ୍ତଦାନ ଶିବିର ଆୟୋଜନ କରାଯିବ।
ରେଡକ୍ରସ ବିଭାଗର ସହଭାଗିତାରେ ଏହି କାର୍ଯ୍ୟକ୍ରମ କରାଯିବ। ତେଣୁ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଅନ୍ୟ ବିଭାଗଗୁଡିକ ମଧ୍ୟ ସହଯୋଗ କରୁଛନ୍ତି। ରକ୍ତଦାନ ଶିବିରକୁ ସଫଳ କରିବା ପାଇଁ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧକ୍ଷ ରାଜେନ୍ଦ୍ର କୁମାର ଦାସ, ବିଡିପୁର କଲେଜ ଅଧ୍ୟକ୍ଷ ବଦ୍ରି ନାରାୟଣ ପାତ୍ର ପ୍ରମୁଖ ଉଦ୍ୟମବ ଚଳାଇଛନ୍ତି।