ଲୋକଙ୍କ ପ୍ରତି ଭଲ ବ୍ୟବହାର କର, ପୋଲିସକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୬: ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ପୋଲିସ ମହାନିର୍ଦ୍ଦେଶକ ଷଡ଼ଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଉକ୍ତ ବୈଠକରେ ଜନସାଧାରଣଙ୍କୁ ଗୁଣାତ୍ମକ ସେବା ଦେବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କରି ଜନସାଧାରଣଙ୍କୁ ପୋଲିସ ଗୁଣାତ୍ମକ ସେବା ଦେବା ଉପରେ ଗୁରୁତ୍ୱ ଦେବାକୁ କହିଛନ୍ତି। ଏଥିସହିତ ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପୋଲିସକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Share