ପ୍ଲାଷ୍ଟିକ୍‌ ମୁକ୍ତ ହେବ ବେଳାଭୂମି

ଛତ୍ରପୁର,୨୪ା୧୦(ଡି.ଏନ୍‌.ଏ.): ବେଳାଭୂମିରେ ପ୍ଲାଷ୍ଟିକ ଓ ପଲିଥିନ ପଡ଼ିରହି ଏହା ପରିବେଶ ଉପରେ କୁ-ପ୍ରଭାବ ପକାଉଛି। ଜୈବ ବିବିଧତା ନଷ୍ଟ ହେଉଛି। ଏଥିପାଇଁ ବେଳାଭୂମି ଓ ପର୍ଯ୍ୟଟନ କ୍ଷେତ୍ରକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଓ ସ୍ବଚ୍ଛତା ପାଇଁ ପ୍ରୟାସ ଆରମ୍ଭ କରିଛି ଗଞ୍ଜାମରର ‘ଦି ଇକୋ ଓ୍ବାରିୟର୍ସ’ । ସହଯୋଗ କରିଛି ଅନୁଷ୍ଠାନ ‘ଭରସା’ । ଗଞ୍ଜାମରୁ ସୋନପୁର ପର୍ଯ୍ୟନ୍ତ ଦୀର୍ଘ ୭୫ କିଲୋମିଟର ପରିବ୍ୟାପ୍ତ ବେଳାଭୂମିକୁ ପ୍ଲାଷ୍ଟିକ ମୁକ୍ତ ଏକ ଅଭିଯାନ ହାତକୁ ନିଆଯାଇଛି। ଏହି ଅବସରରେ ଚତୁର୍ଥ ପର୍ଯ୍ୟାୟରେ ଛତ୍ରପୁର ବ୍ଲକର ନୋଳିଆ ନୂଆଗାଁର ବିଜୁ ପଟ୍ଟନାୟକ ସମୁଦ୍ର ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନ୍ତର୍ଜାତୀୟ କ୍ରୀଡ଼ାବିତ ମନସନୀ ମହାରଣା ଓ କୋଭି ଯୋଦ୍ଧା ସରସ୍ବତୀ ମହାକୁଡ଼ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମକୁ ସ୍ବେଚ୍ଛାସେବୀ ଦୁର୍ଗାମାଧବ ପାଣିଗ୍ରାହୀ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ପ୍ରେସକ୍ଲବ ସଭାପତି ପ୍ରଶାନ୍ତ ମହାରଣା, ରାଧାଶ୍ୟାମ ଫାଉଣ୍ଡେଶନ ଆଣ୍ଡ୍‌ ଚାରିଟେବୁଲ ଟ୍ରଷ୍ଟ ସଭାପତି ଦେବାଶିଷ ମିଶ୍ର,ସ୍ବେଚ୍ଛାସେବୀ ଏ. କାଳିଆ , ପ୍ରମୋଦ କୁମାର ପଣ୍ଡା, ‘ଦି ଇକୋ ଓ୍ବାରିୟର୍ସ’ର ଅଖିଳ ତରାଇ, ପ୍ରଭାତ ବିଶ୍ୱାଳ, ସୀମାଞ୍ଚଳ ଦାସ, ବସନ୍ତ ସାହୁ, ପ୍ରବୀଣ ପ୍ରଧାନ, ପ୍ରଭାତ ସାହୁ, ମିଥୁନ ବାରିକ,ବଳରାମ ରେଡ୍ଡୀ, ଗୁରୁନାଥ ରେଡ୍ଡୀ, ପ୍ରଶାନ୍ତ ସାହୁ, ସଞ୍ଜୟ ସାହୁ, ମୁନା ରେଡ୍ଡୀ, ରାକେଶ ବାରିକ,,ପ୍ରକାଶ ରେଡ୍ଡୀ,ଦୁର୍ଯୋଧନ ରେଡ୍ଡୀ, ଦିଗାମ୍ବର ବେହେରା ପ୍ରମୁଖ ସାମିଲ ହୋଇଥିଲେ। ଏହି ଅବସରରେ ୩୭୫ କେଜି ପ୍ଲାଷ୍ଟିକ ଆବର୍ଜନା ବାହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର...

ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri