ଜମିକୁ ଯାଉଥିବା ବେଳେ ଭାଲୁ ଆକ୍ରମଣ: ମହିଳା ଗୁରୁତର

କୋକସରା,୧୬।୮(ଡି.ଏନ୍‌.ଏ.): ଭାଲୁ ଆକ୍ରମଣରେ ମହିଳା ଗୁରୁତର। କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ପାତ୍ରବସା ଗାଁ ର ମହିଳା କ୍ଷୀର ଚଳାନ ମଙ୍ଗଳବାର ସକାଳେ ନିଜ ଚାଷଜମିକୁ ଯାଉଥିବା ସମୟରେ ହଠାତ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ତାଙ୍କ ଚିତ୍କାର ଶୁଣି ନିକଟସ୍ଥ ଚାଷଜମିରେ କାମ କରୁଥିବା ଲୋକମାନେ ମହିଳାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ସହାୟତାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବା କାରଣରୁ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଆମପାଣି କନ୍ଦାଗଡ଼ ବିଟ ଜଙ୍ଗଲ ବିଭାଗ ଫରେଷ୍ଟ ଗାର୍ଡ ପହଞ୍ଚି ତଦନ୍ତ ଜାରି ରଖିବା ସହ ଗୁରୁତର ମହିଳାଙ୍କ ଚିକିତ୍ସା କରିବା ସହ ସରକାରୀ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର ଆତଙ୍କ, ଦିନକରେ ୨୭ ଜଣଙ୍କୁ କାମୁଡିଲେ

ଖଡ଼ିଆଳ,୩୦ା୩(ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଶନିବାର ଦିନକରେ ୨୭ ଜଣଙ୍କୁ କୁକୁର କାମୁଡିଥିବା ବେଳେ...

ଶହୀଦଙ୍କ ସ୍ମୃତିପୀଠରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ସିଆର୍‌ପିଏଫ୍‌ ଇନ୍ସପେକ୍ଟର

ବରଗଡ଼,୩୦ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ଗ୍ରାମର ଜୟ ଜଗନ୍ନାଥ ପ୍ରାଥମିକ ବିଦ୍ୟାଳୟ ପରିସରରେ ରବିବାର ଶହୀଦ ରଞ୍ଜନ ଦାଶଙ୍କ ନବମ ଶହୀଦ ବାର୍ଷିକୀ...

ରାଷ୍ଟ୍ରୀୟ ନୂଆବର୍ଷରେ ନୂଆ ଯୋଜନାର ଶୁଭାରମ୍ଭ, ଗରିବଙ୍କୁ ମିଳିବ ଘର

ଦାରିଙ୍ଗବାଡ଼ି,୩୦ା୩(ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଦ୍ୱାରା ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନି୍ଂସ ମାଧ୍ୟମରେ ହୋଇଯାଇଛି।...

OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ

କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି...

ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ

ମୁରିବାହାଲ,୩୦।୩: ବଲାଙ୍ଗୀର ଜିଲା ମୁରିବାହାଲ ଥାନା ସେମିଲପାଲି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଏକ ବନ୍ଦ ଘରୁ ଯୁବତୀ ଏବଂ ଯୁବକଙ୍କ...

ପାଳନ ହେଲା ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

ପଦ୍ମପୁର,୩୦ା୩(ପ୍ରଦୀପ୍ତ ଦାଶ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ...

କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା

କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି...

କଲେଜ ଯାଇ ଘରକୁ ଫେରିନାହାନ୍ତି ନାବାଳିକା ଝିଅ, ଅପହରଣକାରୀଙ୍କ ଗିରଫ ଦାବିରେ ଧାରଣା

ଚାନ୍ଦବାଲି,୩୦ା୩(ଅଶୋକ ପଣ୍ଡା): ନାବାଳିକା ଝିଅକୁ ଅପହରଣ ଘଟଣାରକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ବିଫଳ। ଅପହରଣକାରୀଙ୍କୁ ଗିରଫ ଦାବିକରି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image