ମେଡିକାଲ କର୍ମଚାରୀଙ୍କୁ ମାଡ଼, ଥାନାରେ ମାମଲା ରୁଜୁ

ଗଞ୍ଜାମ,୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସିକ୍ୟୁରିଟି ଓ ସୁଇପେରଙ୍କୁ ରବିବାର ବିଳମ୍ବିତ ରାତିରେ ମାଡ଼ ମରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି କେଶ ନମ୍ବର ୧୭୨/୨୪ରେ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ କରିଛି ପୋଲିସ। ମେଡିକାଲ ସମ୍ମୁଖରେ ଥିବା ମେଡ଼ିସିନ ଷ୍ଟୋରରେ ଲାଗିଥିବା ସିସିଟିଭି ଯାଞ୍ଚ କରି ଦୋଷୀକୁ ଖୋଜି ବାହାର କରାଯିବ ବୋଲି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କୁହାଯାଇଛି l
ମିଳିଥିବା ସୂଚନା ଅନୁଯାଇ, ରବିବାର ରାତିରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ମେଡିକାଲ ଆସି ଡାକ୍ତର କାହାନ୍ତି ବୋଲି ପଚାରିଥିଲେ। କଣ ହୋଇଛି କୁହ ବୋଲି ପଚାରିବା ପରେ ଉତକ୍ଷିପ୍ତ ହୋଇ ଉକ୍ତ ଯୁବକ ଜଣକ ସୁଇପର୍‌ ଗୋପାଳ ନାୟକ ଓ ସିକ୍ୟୁରିଟି ଗାର୍ଡ ସିମାଞ୍ଚଳ ବେହେରାଙ୍କୁ ମାଡ଼ ମାରିଥିଲେ ବୋଲି ଅଭିଯୋଗ ହୋଇଛି। ଏହି ଘଟଣାରେ ପରେ ଏସ୍‌ଡିପିଓ ଗୌରହରୀ ସାହୁ ଗଞ୍ଜାମ ସ୍ବାସ୍ଥ୍ୟ କେନ୍ଦ୍ର ଆସି ଅଭିଯୋଗ କାରୀଙ୍କ ବୟାନ ରେକର୍ଡ କରିଥିବା ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ...

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri