ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼: ରାଗିଗଲେ ଲେଖାଶ୍ରୀ କହିଲେ, ଗଭର୍ନର ପୁଅ ବୋଲି କଣ ସାତ ଖୁନ ମାଫ

ଭୁବନେଶ୍ୱର,୧୬।୭: ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର  ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି। ସେ ରାଜ୍ୟପାଳଙ୍କ ପୁଅଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଛନ୍ତି ।
ସେ କହିଛନ୍ତି, ପୁରୀ ରାଜଭବନରେ ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାର ୧୦ ଦିନ ହେଲାଣି, ପରେବି ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହାନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ, ଦୁଃଖଦାୟକ ଓ ହୃଦୟ ବିଦାରକ । ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ମୁଣ୍ଡେଇବାର ନାଟକ କରୁଛନ୍ତି । ଯଦି ମୋହନ ସରକାରର ଆନ୍ତରିକତା ଥାନ୍ତା, ତେବେ ସେ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତେ ।

ସେ ଆହୁରି ମଧ୍ୟ କହିଛନ୍ତି, ଜଣେ ଅଣ ଓଡ଼ିଆ ଲୋକ ଓଡିଆଙ୍କୁ ନିସ୍ତୁକ ମାଡ଼ ମାରୁଛନ୍ତି । ସର୍ବଭାରତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଛି । ଗଣମାଧ୍ୟମରେ ଏହି ଖବର ଶିରୋନାମା ପାଲଟିଛି, ହେଲେ ରାଜ୍ୟ ସରକାର କିନ୍ତୁ ଏ ସମ୍ପର୍କରେ ପୂରା ନିରବ ରହିଛନ୍ତି । ଆଇନ ସମସ୍ତଙ୍କ ପାଇଁ ସମାନ, ହେଲେ ଗରିବ ଲୋକ ପାଇଁ ଗୋଟେ ଆଇନ ଓ ପଦ ପଦବୀରେ ଥିବା ଲୋକ ପାଇଁ ଆଉ ଗୋଟେ ଆଇନ ଆମେ ପ୍ରଥମଥର ଦେଖୁଛୁ । ଗଭର୍ନର ପୁଅ ବୋଲି କଣ ସାତ ଖୁନ ମାଫ ବୋଲି କହିଛନ୍ତି ଲେଖାଶ୍ରୀ  ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଲ୍ୟାଣ୍ଡଫଲ୍‌ ବେଳେ ୧ରୁ ୨ ମିଟର ପର୍ଯ୍ୟନ୍ତ ଆସିପାରେ ଜୁଆର, ୩ ଜିଲାକୁ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୪।୧୦: ଭୀଷଣ ବାତ୍ୟା ରୂପ ଧାରଣ କରି ‘ଦାନା’ ଉପକୂଳ ଆଡେ ମାଡି ଆସୁଥବା ବେଳେ ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସବିଶେଷ...

‘ଦାନା’କୁ ନେଇ ଭଦ୍ରକ ପ୍ରଶାସନ ସଜାଗ: ୫୭୭ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହେଲେଣି ୨୬,୦୬୪ ଲୋକେ

ଭଦ୍ରକ, ୨୪।୧୦(ସନାତନ ରାଉତ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଧାମରା ଠାରୁ ଆଉ ମାତ୍ର ୨୪୦ କିମି ଦୂରରେ ରହିଛି ବୋଲି ପାଣିପାଗ ବିଭାଗ...

ବିରଳ ବାତ୍ୟା! ଦାନାର ନାହିଁ ଆଖି

ଭୁବନେଶ୍ୱର,୨୪।୧୦: ଭୟଙ୍କର ରୂପ ଦେଖାଇଲାଣି ବାତ୍ୟା ଦାନା। କେନ୍ଦ୍ରାପଡା ଭିତରକନିକା ଓ ଭଦ୍ରକ ଧାମରା ଭିତରେ ଉପକୂଳ ଛୁଇଁବ ଲାଗି ୧୨ କିମି ବେଗରେ ମାଡି...

ନିକଟତର ହେଲା ବାତ୍ୟା, ଆହୁରି ବଢିଲା ପବନର ବେଗ, କିଛି ସମୟ ପରେ…

ଭୁବନେଶ୍ୱର,୨୪।୧୦: ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ...

ବଲାଙ୍ଗୀରରେ ଡବଲ ମର୍ଡର; ଯୁବତୀ-ଯୁବକଙ୍କ ତଣ୍ଟି କାଟି ଜଙ୍ଗଲରେ ଫିଙ୍ଗିଦେଲେ, ପହଞ୍ଚିଲେ ଏସ୍‌ପି

ବଲାଙ୍ଗୀର, ୨୪।୧୦ (ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ତଣ୍ଡାମୁଣ୍ଡା ଗାଁ ନିକଟ ପତ୍ରା ଜଙ୍ଗଲରେ ଗୁରୁବାର ସକାଳୁ ଯୁବତୀ-ଯୁବକଙ୍କ ମୃତଦେହ ପଡ଼ିଥିବା...

ସ୍ଥଳଭାଗ ଛୁଇଁବା ପରେ ବଦଳିବ ବାତ୍ୟା ‘ଦାନା’ର ଦିଗ; ଏସବୁ ଜିଲା ହେବେ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୪।୧୦: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଭୀଷଣ ଘୂର୍ଣ୍ଣିଝଡ଼ର ରୂପ ନେଇଛି। ଗତ ୬ଘଣ୍ଟା ମଧ୍ୟରେ...

ଭୟଙ୍କର ହେଲା ସମୁଦ୍ର, ଭିତରକନିକାରେ ମାଡିଆସିଲା ପାଣି…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ ହେଉଛି ଦାନା । ବର୍ତ୍ତମାନ ଏହା ପାରାଦୀପଠାରୁ ୨୬୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri