ସୁନା ବ୍ୟବସାୟୀଙ୍କୁ ମାଡ଼ ମାରି ଗହଣା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ନରଣପୁରଠାରେ ସାହୁ ଜୁଏଲାରୀ ଓ୍ବର୍କସପ୍‌ ମାଲିକ ଦୀପକ ସାହୁଙ୍କୁ ମାଡ଼ ମାରି ୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ସୁନା ରୁପା ଲୁଟି ନେଇ ଚମ୍ପଟ ମାରିଛନ୍ତି ଦୁର୍ବୃତ୍ତ।

ଦୀପକଙ୍କ କହିବାନୁଯାୟୀ, ରବିବାର ସନ୍ଧ୍ୟାରେ ସେ ଦୋକାନ ବନ୍ଦ କରି ନିଜ ମୋଟର ସାଇକେଲରେ ସୁନା ଓ ରୁପା ଗହଣା ବ୍ୟାଗ୍‌ ଧରି ଘରକୁ ଫେରୁଥିବା ସମୟରେ ଘର ନିକଟରେ ୨ଟି ମୋଟର ସାଇକେଲରେ ୫ ଜଣ ଦୁର୍ବୃତ୍ତ ପିଛା କରିଥିଲେ। ସେ ଖସି ପଳାଇବାକୁ ଉଦ୍ୟମ କରିବାରୁ ଗାଡ଼ି ସହ ପଡ଼ି ଯାଇଥିଲେ। ସେମାନେ ଆସି ତାଙ୍କ ମୁଣ୍ଡକୁ ଓ ହାତକୁ ବାଡ଼ିରେ ଆକ୍ରମଣ କରି ତାଙ୍କ ମୋଟରସାଇକେଲ ଡିକିରୁ ସୁନା ରୂପା ଭର୍ତ୍ତି ବ୍ୟାଗ୍‌ ନେଇ ଆଖି ପିଛୁଳାକେ ପଳାଇ ଯାଇଥିଲେ। ଖବର ପାଇ ଟାଉନ ପୋଲିସ ପହଞ୍ଚି ଘଟଣାର ଅନୁଧ୍ୟାନ ଆରମ୍ଭ କରିଛି। ପାଖରେ ଥିବା ତାରିଣୀ ଗେଷ୍ଟ ହାଉସ୍‌ରେ ଲାଗିଥିବା ସିସିଟିଭି ଫୁଟେଜ୍‌ ସଂଗ୍ରହ କରିବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି । ପୂର୍ବରୁ ମଧ୍ୟ ଉକ୍ତ ବ୍ୟବସାୟୀଙ୍କଠାରୁ ଲୁଟ ହୋଇଥିବା ବେଳେ କେହି ଧରା ପଡ଼ି ନ ଥିବା ବେଳେ ପୁଣି ଲୁଟ୍‌ ତାଙ୍କର ଚିନ୍ତା ବଢାଇଦେଇଛି।

କେନ୍ଦୁଝର ଭଳି ଛୋଟ ସହର ଭିତରେ ସେଭଳି ଆବଶ୍ୟକତା ନ ଥିଲେ ମଧ୍ୟ ଏକାଧିକ ସଂଖ୍ୟାରେ ବାଇକ୍‌ ପାଟ୍ରୋଲିଂକୁ ଜୋର୍‌ଦାର୍‌ କରାଯାଉଥିବା ବେଳେ ସହର ଆଖପାଖ ଅଞ୍ଚଳରେ ପାଟ୍ରୋଲିଂ ହେଉ ନ ଥିବାରୁ ସ୍ଥାନୀୟ ଲୋକେ ଉଦ୍‌ବେଗ ପ୍ରକାଶ କରିଛନ୍ତି।

୧୨ ଘଣ୍ଟା ପରେ ମଧ୍ୟ ପୋଲିସ କୌଣସି ଲୁଟେରାଙ୍କ କୌଣସି ସୁରାଗ ପାଇ ପାରି ନ ଥିବା ବେଳେ ଲୁଟ ସାମଗ୍ରୀ ଜବତ ହୋଇ ନାହିଁ। ଫଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri