ବିଜେଡି ଏମ୍‌ପି, ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର ବେଳେ ମହୁମାଛି ଆକ୍ରମଣ

ସୋନପୁର,୧୩।୫(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ଲୋକସଭା ଆସନ ବିଜେଡି ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଏବଂ ବୀରମହାରାଜପୁର ବିଧାନସଭା ପ୍ରାର୍ଥୀ ପଦ୍ମନାଭ ବେହେରା ସୋମବାର ବିନିକା ବ୍ଲକ କଇନ୍ତରା ଗାଁରେ ନିର୍ବାଚନ ପ୍ରଚାର କରୁଥିବା ବେଳେ ଏକ ଅଘଟଣ ଘଟିଛି। ନିର୍ବାଚନ ପ୍ରଚାର ବେଳେ ମହୁମାଛି ଆକ୍ରମଣରେ ପ୍ରାୟ ୨୦ଜଣ ନେତା କର୍ମୀ ଆହତ ହୋଇଛନ୍ତି।

ବିଜେଡି ବିନିକା ବ୍ଳକ ସଭାପତି ଦ୍ୱାରିକାନାଥ ସାହୁଙ୍କ ସୂଚନା ଅନୁଯାୟୀ, ମହୁମାଛି ଆକ୍ରମଣରେ ଲୋକସଭା ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଏବଂ ପଦ୍ମନାଭ ବେହେରା ମଧ୍ୟ ଆହତ ହୋଇଛି।

ମିଳିଥିବା ସୂଚନା ମୁତାବକ, ସୁରେନ୍ଦ୍ର ସିଂ ଏବଂ ପଦ୍ମନାଭ ବେହେରା ବିନିକା ବ୍ଲକ ଅଞ୍ଚଳରେ ଗାଁକୁ ଗାଁ ଯାଇ ପ୍ରଚାର କରୁଥିଲେ I ହେଲେ କଇନ୍ତରା ଗାଁରେ ଡିଜେ ବଜାଇ ପ୍ରଚାର କରାଯାଉଥିବା ବେଳେ ମହୁମାଛି ଉଡି ଆସି ଆକ୍ରମଣ କରିଥିଲା। ଫଳରେ ୨୦ ଜଣ ବିଜେଡି କର୍ମୀ ଆହତ ହୋଇଛନ୍ତି। ସମସ୍ତଙ୍କୁ ବିନିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମିଳିବ ସିଏମ କିଷାନ ଟଙ୍କା : ୪ ହଜାର ସହାୟତା…

ଭୁବନେଶ୍ୱର,୮।୯: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର...

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri