ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ବର୍ତ୍ତମାନ ସୁସ୍ଥ ହୋଇ ଘରେ ଅଛନ୍ତି। ଗୁରୁତର ବୁର୍ଜା ମାଝୀଙ୍କର ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ସୂଚନାନୁସାରେ, ବେତିଆପଡ଼ା ଗାଁର ୫ଜଣ ବ୍ୟକ୍ତି ବୁର୍ଜା ମାଝୀ(୪୫),ପୂର୍ଣ୍ଣ ମାଝୀ(୪୬), ଲିପା ମାଝୀ(୩୬) ମୁଗ୍ରୀ ମାଝୀ(୩୮) ଓ ପାଗୁ ମାଝୀ(୩୮)ଗତ ଶୁକ୍ରବାର ସନ୍ଧ୍ୟାରେ ଟିଟିଙ୍ଗ ଝରଣ ମହୁଲ ଗଛ ଭଟା ଜଙ୍ଗଲକୁ ଜାଳେଣି କାଠ କାଟିବାକୁ ଯାଇଥିଲେ। ଏହି ସମୟରେ ହଠାତ୍‌ ଏକ ମହୁମାଛି ଦଳ ଆକ୍ରମଣ କରିବାରୁ ୫ ଜଣ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଗତ ଶୁକ୍ରବାର ରାତିରେ ବୁର୍ଜା,ପୂର୍ଣ୍ଣ,ଲିପା,ମୁଗ୍ରୀ ଓ ପାଗୁଙ୍କୁ ନିକଟସ୍ଥ ବେନଗାଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏମାନଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ଶୁକ୍ରବାର ରାତିରେ ହିଁ ବେତିଆପଡ଼ା ଗାଁକୁ ଫେରି ଆସିଥିଲେ। କିନ୍ତୁ ବୁର୍ଜା ମାଝୀ ଗୁରୁତର ହେବାରୁ ତାଙ୍କୁ ରାତାରାତି ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ସମୟରେ ଶନିବାର ବିଳମ୍ବିତ ରାତିରେ ତାଙ୍କ ମୃତ୍ୟୁ ଘଟିଛି।

ବିଜେପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଆଜି ଭବାନୀପାଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ମୃତକଙ୍କ ପରିବାରରେ ମା’ ସୁରି ମାଝୀ(୭୦)ସ୍ତ୍ରୀ ଲାଚିଙ୍ଗ ଦେଇ (୩୮)ପୁଅ ବିକ୍ରମ (୧୮)ଝିଅ ଭୂମିକା (୪)ଥିବା ବେଳେ ଅତି ଗରିବ ହୋଇଥିବାରୁ ସରକାରୀ ସହାୟତା ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri