ବିଧାନସଭା ପୂର୍ବରୁ ୧୪ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର,୨୮ା୯(ବ୍ୟୁରୋ)- ବିଧାନସଭା ପୂର୍ବରୁ ରାଜ୍ୟର ୧୪ ଜଣ ମନ୍ତ୍ରୀ ଓ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରବିବାର ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ବଡମ୍ବା ବିଧାୟକ ଦେବୀ ମିଶ୍ର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସୋମବାର ଉପବାଚସ୍ପତିଙ୍କୁ ମିଶାଇ ୧୨ ଜଣ ମନ୍ତ୍ରୀ ଓ ବିଧାୟକ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ସେମାନେ ହେଲେ ଉପବାଚସ୍ପତି ରଜନୀକାନ୍ତ ସିଂ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, କୋରେଇ ବିଧାୟକ ଅଶୋକ ବଳ, ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ରେଙ୍ଗାଲି ବିଧାୟକ ନାଉରୀ ନାୟକ, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ନୀଳଗିରି ବିଧାୟକ ସୁକାନ୍ତ ନାୟକ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ସୁକାନ୍ତ ଦ୍ୱିତୀୟ ଥର ପାଇଁ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଶନିବାର ବିଧାନସଭା ପରିସରରେ ୭୫୭ ଜଣଙ୍କର ନମୁନା ସଂଗ୍ରହ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୩୬ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ।

Share