ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି।

ସକାଳ ୬ଟାରେ ମଙ୍ଗଳ ଆଳତି, ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି ଓ ରୋଷହୋମ, ୭ଟାରେ ଅବକାଶ, ୭ଟା ୧୦ରେ ସୂର୍ଯ୍ୟ ପୂଜା, ୭ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଥିଲା। ୮ଟାରୁ ୯ଟା ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ହୋଇଥିଲା। ୯ଟାରେ ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ, ପରେ ଡୋରଲାଗି ହୋଇ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି।

Share