କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କ ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ସକାଳ ୬ଟାରେ ମଙ୍ଗଳ ଆଳତି, ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି ପରେ ରୋଷହୋମ ହୋଇଥିଲା। ୭ଟାରେ ଅବକାଶ, ୭ଟା ୧୦ରେ ସୂର୍ଯ୍ୟ ପୂଜା, ୭ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଥିଲା। ୮ଟାରୁ ୯ଟା ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ହୋଇଥିଲା। ୯ଟାରେ ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ, ପରେ ଡୋରଲାଗି ହୋଇ ପହଣ୍ଡି ଆରମ୍ଭ ହୋଇଥିଲା।

Share