ଉପକାରୀ ସଜନା ଶାଗ

ନିଜକୁ ସୁସ୍ଥ ତଥା ଫିଟ୍‌ ରଖିବା ପାଇଁ ଆମେ ବିଭିନ୍ନ ପ୍ରକାର ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଉଥାଉ। ସେଗୁଡ଼ିକ ମଧ୍ୟରୁ ସଜନା ଶାଗ ଅନ୍ୟତମ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ଜଣେ ବ୍ୟକ୍ତି ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଅନେକାଂଶରେ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହି ଶାଗରେ କ୍ୟାଲ୍‌ସିୟମ୍‌, ପୋଟାସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ଭିଟାମିନ୍‌-ଏ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ଦୃଷ୍ଟି ଶକ୍ତିକୁ ଦୃଢ଼ ରଖିବାରେ ସାହାଯ୍ୟ କରେ। ସେହିପରି ଭିଟାମିନ୍‌-ସି ବାହ୍ୟ ଜୀବାଣୁ କବଳରୁ ରକ୍ଷା କରିଥାଏ। ଠିକ୍‌ ସେହିପରି ଭିଟାମିନ୍‌-ଇ ରେ ଆଣ୍ଟି-ଅକ୍ସଡାଣ୍ଟ ଗୁଣ ଭରି ରହିଛି। ସଜନା ଶାଗ ରକ୍ତରେ ଗ୍ଲୁକୋଜ୍‌ ଏବଂ ପ୍ରୋଟିନ୍‌ର ପରିମାଣକୁ ସନ୍ତୁଳିତ ରଖିବାରେ ସାହାଯ୍ୟ କରେ। ନିୟମିତ ସଜନା ଶାଗରେ ପ୍ରସ୍ତୁତ ଖାଦ୍ୟ ଖାଇବା ଦ୍ୱାରା ରକ୍ତଚାପ କେତେକାଂଶରେ ସନ୍ତୁଳିତ ରହେ। ଏହା ମଧ୍ୟ ରକ୍ତରେ ହିମୋଗ୍ଲୋବିନ୍‌ର ପରିମାଣ ବୃଦ୍ଧି କରେ। ଜଣେ ଯକ୍ଷ୍ମା ରୋଗୀ ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିପାରନ୍ତି। ଏହା ଲିଭର୍‌ ସେଲ୍‌କୁ ନଷ୍ଟ ହେବାକୁ ଦେଇ ନ ଥାଏ। ଏଥିରେ ଏଭଳି ତତ୍ତ୍ୱ ରହିଛି ଯାହା ଅସ୍ଥିକୁ ମଜଭୁତ୍‌ ରଖିବାରେ ସାହାଯ୍ୟ କରେ। ଆଣ୍ଠୁ, ଗଣ୍ଠି ବାତ ହେବାକୁ ମଧ୍ୟ ଏହା ଦେଇ ନ ଥାଏ। ମୋଟା ଲୋକଙ୍କ ପାଇଁ ଏହା ବେଶ୍‌ ଉପକାରୀ। ଶରୀରର ଚର୍ବି ଅଂଶକୁ ଏହା ଅନେକାଂଶରେ କମାଇଥାଏ। ଭିଟାମିନ୍‌ସ ଓ ମିନେରାଲ୍ସ ଏଥିରେ ଥିବାରୁ ଏହା ଖାଦ୍ୟ ହଜମ ହେବାରେ ମୁଖ୍ୟ ଭୂମିକା ଗ୍ରହଣ କରେ। ଆଜ୍‌ମା ରୋଗୀଙ୍କ ପାଇଁ ଏହା ମହୌଷଧି ସଦୃଶ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଝିଅଙ୍କୁ ଭୁଲ୍‌ରେ କରନ୍ତୁ ନାହିଁ ବିବାହ: ରାତାରାତି ବିଗିଡ଼ିଯିବ …

ବିବାହ ପାଇଁ ଭଲ ଝିଅ ଖୋଜିବା ସହଜ କଥା ନୁହେଁ। ଆଜିର ସମୟରେ ଅଧିକାଂଶ ପୁଅ ସୌନ୍ଦର୍ଯ୍ୟ ଦେଖିବା ପରେ ଝିଅକୁ ବିବାହ କରିବାକୁ ରାଜି...

ଧନୀ ହେବାକୁ ଚାହାନ୍ତି କି? ତେବେ  ଭୁଲନ୍ତୁ ନାହିଁ ଏହି ୫ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା...

କଲରା ଖାଉଥିଲେ…

କଲରାର ସ୍ବାଦ ପିତା, ହେଲେ ଏଥିରେ ଅନେକ ଉପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହା କେତେ ଲାଭପ୍ରଦ ତାହା ପ୍ରାୟ...

କୃତ୍ରିମ ରକ୍ତ

୧୬୧୬ ମସିହାରେ ୱିଲିୟମ ହାର୍ଭିଙ୍କ ଦ୍ୱାରା ରକ୍ତ ସଞ୍ଚାଳନ ପଥ ଆବିଷ୍କାର ହେବା ପରେ ଅନେକ ଗବେଷକ ଏବଂ ଡାକ୍ତର-ବୈଜ୍ଞiନିକମାନେ ବିଭିନ୍ନ ତରଳ ପଦାର୍ଥ ଯଥା...

ଓଜୋନ ସୁରକ୍ଷା, ଜୀବନ ରକ୍ଷା

ଆମ ପୃଥିବୀ ଗ୍ରହରେ ଜୀବନ ସଞ୍ଚାର ହେବା ପଛରେ ଗୋଟିଏ ପ୍ରମୁଖ କାରଣ ହେଲା ଏହାର ଊର୍ଦ୍ଧ୍ୱ ବାୟୁମଣ୍ଡଳରେ ଥିବା ଓଜୋନ ମଣ୍ଡଳ। ଏହା ମହାକାଶରୁ...

ମୁଖ ଦୁର୍ଗନ୍ଧ ହେଉଛି କି?

ଅନେକଙ୍କଠାରେ ମୁଖରୁ ଦୁର୍ଗନ୍ଧ ବାହାରିବା ସମସ୍ୟା ଦେଖାଯାଇଥାଏ। ବେଳେବେଳେ ଏହି ସମସ୍ୟା ସେମାନଙ୍କୁ ଅନେକ ଅସୁବିଧାରେ ପକାଇଥାଏ। କାହା ସହ କଥା ହେଲାବେଳେ ସେମାନଙ୍କୁ ବେଶ୍‌...

ଭୁଲ୍‌ରେ ବି ଏହି ଦିନ ପାଦରୁ କାଢ଼ନ୍ତୁନି ପୁରୁଣା ଝୁଣ୍ଟିଆ

ଭାରତୀୟ ସଂସ୍କୃତିରେ ବିବାହିତା ମହିଳା ପାଦ ଆଙ୍ଗୁଠିରେ ରୁପାର ଝୁଣ୍ଟିଆ ପିନ୍ଧିବାର ପରମ୍ପରା କାହିଁ କେଉଁକାଳରୁ ଚାଲିଆସିଛି। କାରଣ ରୁପାର ସମ୍ପର୍କ କୁଆଡ଼େ ଚନ୍ଦ୍ର ଊର୍ଜା...

ଖରାପ ସମୟ ଦେଇ ଗତି କରୁଥିଲେ ନିହାତି ଜାଣନ୍ତୁ ଚାଣକ୍ୟଙ୍କ ଏହି ୩ କଥା, ମାନିଲେ….

ଚନ୍ଦ୍ରଗୁପ୍ତ ମୋର୍ଯ୍ୟଙ୍କ ମହାମନ୍ତ୍ରୀ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ଚିନ୍ତାଧାରା ଏବଂ କୁଶଳ ରଣନୀତି ଯୋଗୁ ଚନ୍ଦ୍ରଗୁପ୍ତଙ୍କୁ ସୁଶାସକ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri