ଜେଲରେ ବିଇଓ, ଶିକ୍ଷକଙ୍କୁ ମିଳିପାରୁନି ଦରମା

ଛତ୍ରପୁର,୨୭ା୯(ସନ୍ତୋଷ ପାଢୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ସୀତାରାମ ପାତ୍ରଙ୍କ ଘରେ ଅଗଷ୍ଟ ୩୧ ତାରିଖରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଥିଲା। ଗତ ୧ ତାରିଖରେ ତାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିଲା। ପରେ ସୀତାରାମଙ୍କୁ ଜେଲକୁ ପଠାଇ ଦିଆଯାଇଛି। ସେବେଠାରୁ ଆଉ କାହାକୁ ବିଇଓ ଦାୟିତ୍ୱ ଦିଆଯାଇ ନ ଥିବାରୁ ଛତ୍ରପୁରର ୬୧୫ ଶିକ୍ଷକ ଅଗଷ୍ଟ ମାସର ଦରମା ପାଇପାରି ନାହାଁନ୍ତି ।

ଅନ୍ୟପଟେ ୨୭ଦିନ ପରେ ଛତ୍ରପୁର ସରକାରୀ ବାଳିକା ହାଇସ୍କୁଲର ପ୍ରଧାନଶିକ୍ଷକ ଦ୍ୱାରିକାନାଥ ବେହେରାଙ୍କୁ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର ମୁଖ୍ୟ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ତାଙ୍କୁ ଏଥିପାଇଁ କୌଣସି ଭତ୍ତା ମିଳିବ ନାହିଁ। ପ୍ରଧାନଶିକ୍ଷକ ବେହେରାଙ୍କୁ ଆର୍ଥତ୍କ କ୍ଷମତା ମଧ୍ୟ ଦିଆଯାଇଛି। ତେଣୁ ସେ ଶିକ୍ଷକମାନଙ୍କ ଦରମା କରିପାରିବେ।

ଏହି ସମ୍ପର୍କରେ ଓଡ଼ିଶା ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକଙ୍କଠାରୁ ଶୁକ୍ରବାର ଚିଠି(ନଂ.୨୦୧୮୫) ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀଙ୍କୁ ଏବଂ ଆଉ ଏକ ଚିଠି (ନଂ.୨୦୧୮୬) ଜିଲା ଟ୍ରେଜେରୀ ଅଫିସରଙ୍କ ନିକଟକୁ ଆସିଛି।

ଗତ ୨୪ ତାରିଖରେ ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଏହି ସମ୍ପର୍କରେ ଓଡ଼ିଶା ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକଙ୍କୁ ପ୍ରସ୍ତାବ ପଠାଯାଇଥିଲା। ସୂଚନାଯୋଗ୍ୟ, ପ୍ରତ୍ୟେକ ମାସରେ ଶିକ୍ଷକଙ୍କ ଉପସ୍ଥାପନ ରିପୋର୍ଟ ବିଇଓଙ୍କ କାର୍ଯ୍ୟାଳୟକୁ ଆସିଥାଏ। ବିଇଓ ଅଫିସରେ ବିଲ୍‌ ପ୍ରସ୍ତୁତ ହେବା ପରେ ଟ୍ରେଜେରୀକୁ ପଠାଯାଇଥାଏ। ଟ୍ରେଜେରୀରୁ ଟଙ୍କା ଶିକ୍ଷକଙ୍କ ଆକାଉଣ୍ଟକୁ ଦରମା ଆସିଥାଏ। ସେପଟେ ଜେଲ ଯାଇଥିବା ବିଇଓ ପାତ୍ରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନେବାରେ ମଧ୍ୟ ବିଳମ୍ବ ହୋଇଛି। ଜଣେ ସରକାରୀ ଅଧିକାରୀ ୪୮ ଘଣ୍ଟା ବିନା ସୂଚନାରେ ଅନୁପସ୍ଥିତ ରହିଲେ ନିଲମ୍ବନ ହେବା ନିୟମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ

ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ...

ପିଆଜ ବିକିଲେ ସରକାର

ଭୁବନେଶ୍ୱର,୨୭।୯: ଖୁଚୁରା ବଜାରରେ ପିଆଜ ଦର ଆକାଶଛୁଆଁ ହୋଇଛି। କେଉଁଠି ପିଆଜ କିଲୋ ୬୦ ତ ପୁଣି କେଉଁଠି ୭୦ ଛୁଇଁଲାଣି। ଏହାକୁ ଦୃଷ୍ଟିରେ ରଖି...

ସୋସିଆଲ ମିଡିଆ ପୋଷ୍ଟରୁ ଭଦ୍ରକରେ ଶାନ୍ତି: ସନ୍ଥିଆରେ ୧୬୩ ଧାରା ଜାରି

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ଉତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ...

ସିନେମା ଷ୍ଟାଇଲ୍‌ରେ ଭିଣୋଇଙ୍କୁ ହତ୍ୟା କଲା ଶଳା, ଆଶ୍ଚର୍ଯ୍ୟ କରିଦେବ ହତ୍ୟା ପଛର କାରଣ…

ରାଉରକେଲା,୨୭ା୯(ସଙ୍ଗୀତା ଜେନା): ରାଉରକେଲା ସହରରେ ଘଟିଥିବା ଏକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ମାଲଗୋଦାମ...

ଧାନ କିନାକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: କଟନୀଛଟନୀ ବନ୍ଦ, ୪୮ ଘଣ୍ଟାରେ ଖାତାକୁ ଯିବ ଟଙ୍କା

ଭୁବନେଶ୍ୱର,୨୭ା୯: ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ଯ୍ୟକୁ ସରଳ...

କପିଳାସ ଗଲା ନରହନ୍ତା ହାତୀ

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ...

ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍‌ଫୁଟ୍‌ରେ ବିଜେଡି

ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ...

କାନ୍ଥତଳେ ଚାପିହୋଇ ଚାଲିଗଲା ୨ ବର୍ଷର ଶିଶୁ କନ୍ୟାଙ୍କ ଜୀବନ

ପାଟଣା,୨୭।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତର ବାରତଣିଆ ଗ୍ରାମର ଅଘଟଣ ଘଟିଛି। କାନ୍ଥ ତଳେ ଚାପି ହୋଇ ୨...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri