ମଦ ମୃତ୍ୟୁ ଘଟଣାରେ ୨ ଅଧିକାରୀଙ୍କୁ ବଦଳି କଲେ ସରକାର

ଭୁବନେଶ୍ୱର,୨୨।୮: ଚିକିଟି ମଦ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ଆକ୍ସନ ମୋଡରେ ଅଛନ୍ତି। ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି ହୋଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି କୋରାପୁଟକୁ ବଦଳି ହୋଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି। ୨ ଅଧିକାରୀଙ୍କ ବଦଳି

ଅପମିଶ୍ରିତ ମଦ ପିଇ ଗଞ୍ଜାମ ଜିଲା ଅନ୍ତର୍ଗତ ଚିକିଟିଠାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅନେକ ଲୋକ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏହି ଘଟଣାକୁ ନେଇ ବିଜେଡି ବିଧାନସଭାରେ ପ୍ରଶ୍ନ ଉଠାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ମଦ ମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଗଠନ କରିଛନ୍ତି। ଏହି ଟିମ୍ରେ ପୂଜାରୀଙ୍କ ସହ ପୂର୍ବତନ ମନ୍ତ୍ରୀ ଉଷା ଦେବୀ, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ ବିକ୍ରମ କୁମାର ପଣ୍ଡା ରହିଛନ୍ତି। ଏହି ଟିମ ଗୁରୁବାର ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ସଭାପତିଙ୍କୁ ମଦ ମୃତ୍ୟୁ ଘଟଣାର ବିସ୍ତୃତ ବିବରଣୀ ପ୍ରଦାନ କରିବେ ା


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri