ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ

ବ୍ରହ୍ମପୁର,୧୨ା୪: (ସୁବାସ ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍‌ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ଉକ୍ତ ଠକେଇର ଚେର ଗୁଜୁରାଟଯାଏ ଲମ୍ବିଥିବା ଏବଂ ଠକମାନେ ସେଠାରେ ଥିବା ସୂଚନା ପାଇବା ପରେ ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରାଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଗୁଗୁରାଟ ଯାଇ ତଦନ୍ତ କରି ଗୁଜୁରାଟର ନିଲମବାଗ ଥାନା ଅନ୍ତର୍ଗତ ଭାବାନଗରରୁ ଦୁଇଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଭୂତେୟା ଜେନିଲ ଜୟସୁଖଭାଇ (୨୩) ଓ ବିଶ୍ୱଜିତସିନା ଗୋହିଲ(୨୧)। ବ୍ରହ୍ମପୁର ସାଇବର ଓ ଅର୍ଥନୈତିକ ଶାଖା ମାମଲା ନଂ.୧୫/୨୫ରେ ଉଭୟଙ୍କୁ ସେଠାରୁ ସ୍ଥାନୀୟ ପୋଲିସ ସହାୟତାରେ ଟିମ୍‌ ଗିରଫ କରିଥିବା ଜଣାପଡିଛି। ସେଠାକାର ଭାବାନଗର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ(ସିଜେଏମ୍‌)ଙ୍କ କୋର୍ଟରେ ହାଜର କରି ଟ୍ରାଞ୍ଜିଟ ରିମାଣ୍ଡରେ ଉଭୟ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଅଣାଯାଇଥିଲା। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ଘଟଣା ବେଳେ ସାଇବର ଅପରାଧରେ ବ୍ୟବହୃତ ବିଭିନ୍ନ ମେଶିନ, ମୋବାଇଲ, ସିମ୍‌ କାର୍ଡ, ଆଧାର କାର୍ଡ ଜବତ କରିଥିବା ଶନିବାର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌. ଏକ ପ୍ରେସ୍‌ନୋଟ ଜରିଆରେ ସୂଚନା ଦେଇଛନ୍ତି। ଦୁଇ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ହାଜର କରାଯାଇଛି। ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ଏନେଇ ନଂ. ୧୫/୨୫ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।
ମାମଲାରୁ ପ୍ରକାଶ, କୁଳପତି ଦାଶଙ୍କୁ ଗତ ଫେବୃଆରୀ ୧୨ରେ ଏକ ଅଜଣା ନମ୍ବରରୁ ଟେଲିଫୋନ ଆସିଥିଲା। ଫୋନ କରିଥିବା ବ୍ୟକ୍ତି ଜଣଙ୍କ ନିଜକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସର ଭାବେ ପରିଚୟ ଦେଇଥିଲେ। ଇଡି ପକ୍ଷରୁ ହୋଇଥିବା ଏକ ମାମଲାରେ କୁଳପତି ଦାଶଙ୍କ ନାମ ରହିଥିବା ଏବଂ ଉକ୍ତ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା କହିଥିଲେ। କାନାରା ବ୍ୟାଙ୍କରେ ତାଙ୍କ ନାମରେ ଆକାଉଣ୍ଟ ଖୋଲାଯାଇ ସେଥିରେ କୋଟି କୋଟି ବେଆଇନ ଟଙ୍କା ଜମା କରାଯାଇଛି। ଏଣୁ ତାଙ୍କୁ ଡିଜିଟାଲ ଆରେଷ୍ଟ କରାଯାଇଛି ବୋଲି ଉକ୍ତ ନକଲି ଅଫିସର ଜଣଙ୍କ କୁଳପତି ଦାଶଙ୍କୁ କହିଥିଲେ। ଡିଜିଟାଲ ଆରେଷ୍ଟ ଶୁଣିବା ପରେ ଦାଶ ଭୟଭୀତ ହୋଇଯାଇଥିଲେ। ଏଥିରୁ ମୁକୁଳିବାକୁ ହେଲେ ୧୪ ଲକ୍ଷ ଟଙ୍କା ଦେବାକୁ ହେବ ବୋଲି ସାଇବର ଠକମାନେ କହିଥିଲେ। ପରେ ସେ ଠକ ଗ୍ୟାଙ୍ଗ ଦେଇଥିବା ଆକାଉଣ୍ଟରେ ନିଜ ଆକାଉଣ୍ଟର ଚେକ୍‌ ଜରିଆରେ ୧୪ ଲକ୍ଷ ଟଙ୍କା ପଠାଇ ଦେଇଥିଲେ। ପରେ କୁଳପତି ଦାଶ ଠକେଇର ଶିକାର ହୋଇଥିବା ଜାଣିପାରି ଏନେଇ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବ୍ଲକ୍‌ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri