ଆମ୍ବେଡକରଙ୍କ ନାମରେ ନାମିତ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୫ା୨(ଅସମାପିକା ସାହୁ): ସମ୍ବିଧାନ ପ୍ରଣେତା ଡକ୍ଟର ଭୀମରାଓ ରାମଜୀ ଆମ୍ବେଡକରଙ୍କ ନାମରେ ନାମିତ ହେବ ନବନିର୍ମିତ ବରମୁଣ୍ଡା ବସ୍‌ଷ୍ଟାଣ୍ଡ। ଏନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଡକ୍ଟର ଆମ୍ବେଡକର ଜଣେ ଦୂରଦର୍ଶୀ ନେତା ତଥା ସମର୍ପିତ ସମାଜ ସଂସ୍କାରକ ଥିଲେ। ସମାଜର ଦଳିତ ଓ ନିଷ୍ପେସିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ। ସମସ୍ତେ ଯେପରି ନ୍ୟାୟ ପାଇବେ, ସେ ଦିଗରେ ସାରା ଜୀବନ ସେ କାର୍ଯ୍ୟ କରିଥିଲେ। ତାଙ୍କ ଆଦର୍ଶ ଓ ଦେଶ ଗଠନରେ ମହାନ ଅବଦାନ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ବରମୁଣ୍ଡା ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସତନ୍ତ୍ର ଗ୍ୟାଲେରି ନିର୍ମାଣ କରାଯିବ। ଡିଜିଟାଲ ଜ୍ଞାନକୌଶଳର ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଡକରଙ୍କ ଜୀବନୀ ଓ ଆଦର୍ଶକୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ। ବରମୁଣ୍ଡାରେ ୧୫.୫ ଏକର ପରିମିତ ଜମିରେ ନୂଆ ବସଷ୍ଟାଣ୍ଡ ନିର୍ମାଣ କରାଯାଇଛି। ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ କରାଯାଇଛି। ଏହି ବସଷ୍ଟାଣ୍ଡ ଦୈନିକ ୩୦ ହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ। ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧାସୁଯୋଗର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri