ଜୀବନକୁ ବାଜି ଲଗାଇ ନଦୀ ପାର

ବାଲିଗୁଡା,୧୪ା୯(ସଞ୍ଜୟ କୁମାର ପାଣିଗ୍ରାହୀ)ଗାଁ କୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଭରା ନଈରେ ରୋଗୀଙ୍କୁ ଟ୍ୟୁବରେ ବସାଇ ଖଡ଼ଗ ନଦୀ ପାର କରାଇଲେ ପରିବାର। ବାଲିଗୁଡାଠାରୁ ସାଇନପଡାକୁ ଯିବା ପାଇଁ ଖଡ଼ଗ ନଦୀରେ ଏକ ପୋଲ ହେବାକୁ ଥିବା ବେଳେ ଏପର୍ଯ୍ୟନ୍ତ କାମ ଆରମ୍ଭ ହୋଇ ନ ଥିବାରୁ ଅଞ୍ଚଳବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ମହାସିଙ୍ଗ ଗ୍ରାମ ପଞ୍ଚାୟତର କୁବେର ମୁଣ୍ଡା ଗ୍ରାମରେ ୧୫ ପରିବାର ରୁହନ୍ତି। ଏହି ଗ୍ରାମର ରଘୁନାଥ ପ୍ରଧାନଙ୍କ ସ୍ତ୍ରୀ ଅନନ୍ତ ପ୍ରଧାନ (୪୫) ଦୀର୍ଘ ୪ଦିନ ହେଲା ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। କୁବେରମୁଣ୍ଡା ଗ୍ରାମ ଠାରୁ କ.ନୂଆଗାଁକୁ ଯିବା ପାଇଁ ହେଲେ ପାଖାପାଖି ୨୨ କିଲୋମିଟର ଯିବାକୁ ହୁଏ। କୁବେର ମୁଣ୍ଡା ଠାରୁ ମହାସିଙ୍ଗକୁ ଦେଢ କିଲୋମିଟର ହେବ। ହେଲେ ଯିବା ପାଇଁ ରାସ୍ତା ନାହିଁ। ଫଳରେ ଆମ୍ବୁଲାନ୍ସକୁ ଡାକିଲେ ମଧ୍ୟ ତାହା ଗାଁରେ ପହଞ୍ଚତ୍ପାରେ ନାହିଁ। ତେଣୁ ଜୀବନକୁ ବାଜି ଲଗେଇ ଅନନ୍ତଙ୍କ ପରିବାର ଲୋକେ ତାଙ୍କୁ ଖଡ଼ଗ ନଦୀ ପାର କରି ମହାସିଙ୍ଗ ଆଣିବା ପରେ ସେଠାରୁ ବାଲିଗୁଡ଼ା ମେଡିକାଲକୁ ନେଇଥିଲେ। ଖାଲି ସେତିକି ନୁହେଁ, ଶିକ୍ଷା ସ୍ବାସ୍ଥ୍ୟ, ଗମନାଗମନ ଭଳି ମୌଳିକ ସମସ୍ୟା ମଧ୍ୟ ଏଠାକାର ବାସିନ୍ଦା ସମ୍ମୁଖୀନ ହୋଇଆସୁଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଉକ୍ତ ଅଞ୍ଚଳ ପ୍ରତି ଦୃଷ୍ଟିଦେଇ ସମାଧାନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri